ଭୁବନେଶ୍ୱର, ଅଗଷ୍ଟ ୧୮ (ଲୋକାଲ ୱାୟାର) : ଉତ୍ତର-ପୂର୍ବ ବଙ୍ଗୋପସାଗରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବେରେ ଆଜି(ମଙ୍ଗଳବାର)ଠାରୁ ୨୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।
ମଙ୍ଗଳବାର ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
ଏହି ଜିଲ୍ଲାଗୁଡ଼ିକ ହେଲା ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗଡ଼ା, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡା।ସେହିପରି ବୁଧବାର (୧୯ ତାରିଖ) ପାଇଁ ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର, ବଲାଙ୍ଗିର, ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହାସହ ଅନୁଗୁଳ, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲା ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାର ଏହି ଜିଲ୍ଲାଗୁଡିକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣଂ ଜାରି କରିବା ସହ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।
ମୟୂରଭଞ୍ଜ, ବାଲେଶ୍ୱର, ଝାରସୁଗୁଡ଼ଶ, ବରଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି ଓ କୋରାପୁଟ ଜିଲ୍ଳା ଗୁଡିକରେ ବି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଲୋକାଲ ୱାୟାର
Leave a Reply