• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ଆସନ୍ତାକାଲି ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ

ଆସନ୍ତାକାଲି ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ

April 2, 2021 By LocalWire Leave a Comment

ଭୁବନେଶ୍ୱର, ଏପ୍ରିଲ ୨(ଲୋକାଲ ୱାୟାର): ଉକ୍ରଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ସମାରୋହ ୩ ଏପ୍ରିଲ୍‌ ୨୦୨୧ରେ ଅନୁଷ୍ଠିତ ହେବ ।

ଭାରତର ଉପରାଷ୍ଟ୍ରପତିି ଶ୍ରୀ ଭେଙ୍କିଆ ନାଇଡୁ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ଦେବା ପାଇଁ ସ୍ୱୀକୃତି ପ୍ରଦାନ କରିଛନ୍ତି ।

ଏହି ସମାରୋହରେ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଅଧ୍ୟକ୍ଷତା କରିବେ ।

କୃଷି ଓ କୃଷକ ସଶକ୍ତି କରଣ ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ସମ୍ମାନୀତ ଅତିଥି ଭାବେ ଦେବାର କାର୍ଯ୍ୟକ୍ରମ ରହିଛି ।

କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ କହିଛନ୍ତି, ଉତ୍କଳ ବିଶ୍ୱବିଦ୍ୟାଳୟର ୩ ଏପ୍ରିଲ୍‌ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ୫୦ତମ ସମାବର୍ତ୍ତନ ଉତ୍ସବରେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ଦେଶର ୫ଜଣ ବ୍ୟକ୍ତିତ୍ୱଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‌ ଡିଗ୍ରୀ ପ୍ରଦାନ କରାଯିବ ।

ଚଳିତ ବର୍ଷ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ୍‌ ଅଫ୍‌ ଇଣ୍ଡିଆ(ସିଏଜି) ଗିରୀଶଚନ୍ଦ୍ର ମୁର୍ମୁ, ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ସଞ୍ଜୁ ପଣ୍ଡ, ଭାଭା ଆଟୋମିକ୍‌ ରିସର୍ଚ୍ଚ ସେଣ୍ଟର(ବାର୍କ)ର ନିର୍ଦେଶକ ଅଜିତ୍‌ କୁମାର ମହାନ୍ତି, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଉପଦେଷ୍ଟା ଡ.ବିଜୟ କୁମାର ସାହୁଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‌ ଡିଗ୍ରୀ ପ୍ରଦାନ କରାଯିବାକୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।

ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଉତ୍କଳ ବିଶ୍ୱବିଦ୍ୟାଳୟର ସମ୍ମାନସୂଚକ ଡକ୍ଟରେଟ୍‌ ଡିଗ୍ରୀ ପାଇଁ ମନୋନୟନ ହୋଇଥିବା ସମସ୍ତ ବ୍ୟକ୍ତି ଏପ୍ରିଲ୍‌ ୩ରେ ଆସି ଡକ୍ଟରେଟ୍‌ ଡିଗ୍ରୀ ଉପାଧି ଗ୍ରହଣ କରିବାକୁ ସ୍ୱୀକୃତି ପ୍ରଦାନ କରିଛନ୍ତି ।

୩ ଏପ୍ରିଲ୍‌ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ସମାବର୍ତ୍ତନ ଉତ୍ସବରେ ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ମୋଟ ୪୧ଜଣଙ୍କୁ ପିଏଚ୍‌ଡି ଡିଗ୍ରୀ ଏବଂ ୯୦ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯିବ ।

ଉକ୍ରଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବବିଶ୍ୱବିଦ୍ୟାଳୟ ନୂଆ ସମାବର୍ତ୍ତନ ପ୍ରେକ୍ଷାଳୟ ‘ଦୀକ୍ଷାନ୍ତ ଭବନ’ରେ ଅନୁଷ୍ଠିତ ହେବ ।

ଉଭୟ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା କୋଭିଡ୍‌ ନିୟମାବଳୀ ଏହି ସମାରୋହରେ କଡ଼ାକଡ଼ି ଭାବେ ପାଳନ କରାଯିବ ।

ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସମେତ ଛାତ୍ରଛାତ୍ରୀ ଯେଉଁମାନେ ମଞ୍ଚର ନିକଟବର୍ତ୍ତୀ ରହିବେ ସେମାନଙ୍କର ଆରଟିପିସିଆର୍‌ ପରୀକ୍ଷା କରାଯିବ ଏବଂ ଅନ୍ୟ ସମସ୍ତଙ୍କ ପାଇଁ ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ କରାଯିବ ।

ଯେଉଁମାନଙ୍କର କୋଭିଡ୍‌ ରିପୋର୍ଟ ନେଗେଟିଭ୍‌ ଆସିବ କେବଳ ସେମାନଙ୍କୁ ହିଁ ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଅଂଶଗ୍ରହଣ ପାଇଁ ଅନୁମତି ଦିଆଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ଉତ୍କଳ ବିଶ୍ୱବିଦ୍ୟାଳୟ ରାଜ୍ୟର ପ୍ରାଚୀନତମ ବିଶ୍ୱବିଦ୍ୟାଳୟ । ଏହା ଓଡ଼ିଶାାର ଗର୍ବ ଓ ଗୌରବ ।

ନିକଟକରେ ଏହା ଏନଆଇଆରଏଫ୍‌ ର୍ୟାଙ୍କିଂରେ ୯୬ତମ ସ୍ଥାନ ପାଇଛି । ଶିକ୍ଷାର ସୁବ୍ୟବସ୍ଥା, ଅଧ୍ୟୟନର ଅନୁକୂଳ ପରିବେଶ, ଉଚ୍ଚତର ଗବେଷଣା ଲାଗି ଉପଯୁକ୍ତ କ୍ଷେତ୍ର ଅନୁଧ୍ୟାନ ପରେ ଉତ୍କଳ ବିଶ୍ୱବିଦ୍ୟାଳୟକୁ ନାକ୍‌ ଏ+ ମାନ୍ୟତା ମିଳିଛି ।

ଓଡ଼ିଶାରେ ନାକ୍‌ ଏ+ ମାନ୍ୟତା ପାଇବାରେ ଉକ୍ରଳ ପ୍ରଥମ ବିଶ୍ୱବିଦ୍ୟାଳୟ ହୋଇଥିବାବେଳେ ଦେଶରେ ଷ୍ଟେଟ୍‌ ପବ୍ଲିକ ବିଶ୍ୱବିଦ୍ୟାଳୟମାନଙ୍କ ମଧ୍ୟରେ ତୃତୀୟ ସ୍ଥାନ ଅଧିକାର କରିଛି ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, ଭୁବନେଶ୍ୱର

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକାଲ ୱାୟାର ନୂଆ ଡିଜାଇନ

ଲୋକପ୍ରିୟ

କୋଭିଡ-୧୯ ମହାମାରୀ ବିରୋଧରେ ଓଡିଶାର ଲଢେଇ: ଏକ ବିହଙ୍ଗାବଲୋକନ

କୋଭିଡ-୧୯ ନିୟନ୍ତ୍ରଣ ଓ ମୁକାବିଲାରେ ଦେଶର ଶୀର୍ଷ ଦୁଇଟି ରାଜ୍ୟ ମଧ୍ୟରେ ଥିବାରୁ କେନ୍ଦ୍ର ସରକାର ଓଡ଼ିଶାକୁ ପ୍ରଶଂସା କରିଛନ୍ତି ।

କୋଭିଡ-୧୯ ସଙ୍କଟକୁ ସଫଳ ଭାବେ ମୁକାବିଲା କରିଥିବା କେରଳ ଓ ଓଡ଼ିଶାକୁ ବିଶ୍ୱ ଅର୍ଥନୈତିକ ଫୋରମ ପ୍ରଶଂସା କରିଛି ।

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ଅଧିକ ବିଶେଷ ଖବର

Copyright © 2021 · LocalWire