ଭୁବନେଶ୍ବର, ସେପ୍ଟେମ୍ବର ୬ (ଲୋକାଲ ୱାୟାର): ଉତ୍ତର ଓଡିଶା ଉପକୂଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଶୁକ୍ରବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।

ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଜଗତସିଂହପୁର, କଟକ, ସୋନପୁର, ନୂଆପଡା, ବଲାଙ୍ଗିର, ନବରଙ୍ଗପୁର, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ବରଗଡ ଆଦି ଅଞ୍ଚଳରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ସେହିଭଳି ଭଦ୍ରକ, କେନ୍ଦ୍ରାପଡା, ସୁନ୍ଦରଗଡ, କେଉଁଝର, ମୟୂରଭଞ୍ଜ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଗଜପତି, ନୟାଗଡ ସ୍ଥାନରେ ବର୍ଷା ସହ ବଜ୍ରପାତ ସମ୍ଭାବନା ଥିବାରୁ ୟେଲୋ ଆଲର୍ଟରେ ସତର୍କ କରାଯାଇଛି ।

ଲୋକାଲ ୱାୟାର