ଭୁବନେଶ୍ୱର, ଅଗଷ୍ଟ ୧୯(ଲୋକାଲ ୱାୟାର) : ଉତ୍ତର-ପୂର୍ବ ବଙ୍ଗୋପସାଗରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଥିବ ବେଳେ ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ପଶ୍ଚିମ ଦିଗରେ ଗତି କରିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି ।
ଲଘୁଚାପ ପ୍ରଭାବରେ ଆଜି (ବୁଧବାର) ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର, ବଲାଙ୍ଗିର, ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହାସହ ଅନୁଗୁଳ, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାର ଏହି ଜିଲ୍ଲାଗୁଡିକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣଂ ଜାରି କରିବା ସହ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।
ମୟୂରଭଞ୍ଜ, ବାଲେଶ୍ୱର, ଝାରସୁଗୁଡ଼ା, ବରଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି ଓ କୋରାପୁଟ ଜିଲ୍ଳା ଗୁଡିକରେ ବି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଲୋକାଲ ୱାୟାର
Leave a Reply