ସମ୍ବଲପୁର, ଅଗଷ୍ଟ ୨୭ (ଲୋକାଲ ୱାୟାର) : ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଗୁରୁବାର ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ ଖୋଲାଯାଇଛି ବୋଲି ଡ୍ୟାମ କର୍ତ୍ତୃପକ୍ଷ କହିଛନ୍ତି ।
ଏବେ ହୀରାକୁଦ ଡ୍ୟାମର ୧୨ଟି ଫାଟକ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି ।
ଡ୍ୟାମର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତ ୬୨୦ ଫୁଟ୍ ରହିଛି ।
ଗୁୁରୁବାର ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୪ ଲକ୍ଷ ୪୫ ହଜାର କ୍ୟୁସେକ୍ ଜଳ ପ୍ରବେଶ କରୁଥିବାବେଳେ ପ୍ରତି ସେକେଣ୍ଡରେ ୨ ଲକ୍ଷ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି।
ଲୋକାଲ ୱାୟାର
Leave a Reply