• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ଏମଡିଏଚ-କିସ ଏମଓୟୁ ସ୍ୱାକ୍ଷର, କନ୍ଧମାଳରେ ଖୋଲିବ କିସ୍ ର ଶାଖା

ଏମଡିଏଚ-କିସ ଏମଓୟୁ ସ୍ୱାକ୍ଷର, କନ୍ଧମାଳରେ ଖୋଲିବ କିସ୍ ର ଶାଖା

December 12, 2019 By LocalWire Leave a Comment

ଭୁବନେଶ୍ୱର, ଡିସେମ୍ବର ୧୨(ଲୋକାଲ ୱାୟାର): କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ (କିସ) ଏମଡିଏଚ ସହ ମିଶି କନ୍ଧମାଳରେ ଏକ ଶାଖା ଖୋଲିବ । ଏ ସଂକ୍ରାନ୍ତରେ ନୂଆଦିଲ୍ଲୀରେ ଉଭୟ ପକ୍ଷ ମଧ୍ୟରେ ବୁଝାମଣା ପତ୍ର ବା ଏମଓୟୁ ସ୍ୱାକ୍ଷର ହୋଇଛି ।

କିଟ୍ ଓ କିସ୍ ପ୍ରତିଷ୍ଠାତା ଡଃ ଅଚ୍ୟୁତ ସାମନ୍ତ କିସ୍ ତରଫରୁ ଏମଓୟୁରେ ହସ୍ତାକ୍ଷର କରିଥିବା ବେଳେ ଏମଡିଏଚ ପକ୍ଷରୁ ଏହାର ଅଧ୍ୟକ୍ଷ ପଦ୍ମ ଭୂଷଣ ଧରମପାଲ ଗୁଲାଟି ହସ୍ତାକ୍ଷର କରିଥିଲେ ।

କିସ୍ -କନ୍ଧମାଳ ପାଇଁ ଏମଡିଏଚ ସମସ୍ତ ଆର୍ଥିକ ସହାୟତା ଦେବ ।

କନ୍ଧମାଳ ଜିଲ୍ଲାର ୪ ହଜାର ଗରିବ ଆଦିବାସୀ ପିଲା କିସ୍ -କନ୍ଧମାଳରେ ରହିପାରିବେ ।

କିସ୍- କନ୍ଧମାଳ ନିର୍ମାଣ ବର୍ଷକ ଭିତରେ ସରିବ ବୋଲି ଡଃ ସାମନ୍ତ କହିଛନ୍ତି ।

ଫୁଲବାଣୀ ସହରରେ ଏକ ଶହ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ସ୍ଥାପନ କରିବାକୁ ଏମଡିଏଚର ପ୍ରସ୍ତାବ ରହିଛି ।

କନ୍ଧମାଳର ବିଭିନ୍ନ ସ୍ଥାନରେ ତିନିଟି ମସଲା ଉତ୍ପାଦନ ୟୁନିଟ, ସ୍କୁଲ ଓ ହସ୍ପିଟାଲ ସ୍ଥାପନ ପାଇଁ ଗୁଲାଟି ସମ୍ମତ ହୋଇଛନ୍ତି ।

ଏହାବ୍ୟତୀତ କନ୍ଧମାଳର ଦାରିଙ୍ଗବାଡ଼ିରେ ୧୦୦ କୋଠରୀ ବିଶିଷ୍ଟ ହୋଟେଲ ତଥା ରିସର୍ଟ ସ୍ଥାପନ ପାଇଁ ଏମଡିଏଚ ନିଷ୍ପତ୍ତି ନେଇଛି । ଏହାଦ୍ୱାରା କନ୍ଧମାଳ ପର୍ଯ୍ୟଟନର ବିକାଶ ହେବ ବୋଲି ଡଃ ସାମନ୍ତ କହିଛନ୍ତି ।

ଭାରତର ବିଭିନ୍ନ ସ୍ଥାନ ବିଶେଷତଃ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକେ ଆଗେଇ ଆସି ଶିକ୍ଷା କ୍ଷେତ୍ରରେ ସହଯୋଗ କରିବାକୁ ଗୁଲାଟି କହିଛନ୍ତି ।

ଲୋକାଲ ୱାୟାର

Filed Under: Odia, ଶିକ୍ଷା Tagged With: ଓଡିଶା, କନ୍ଧମାଳ, ଶିକ୍ଷା

Download LocalWire App for Hyperlocal  Odisha News any time anywhere

 

 

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକାଲ ୱାୟାର ନୂଆ ଡିଜାଇନ

ଲୋକପ୍ରିୟ

କୋଭିଡ-୧୯ ମହାମାରୀ ବିରୋଧରେ ଓଡିଶାର ଲଢେଇ: ଏକ ବିହଙ୍ଗାବଲୋକନ

କୋଭିଡ-୧୯ ନିୟନ୍ତ୍ରଣ ଓ ମୁକାବିଲାରେ ଦେଶର ଶୀର୍ଷ ଦୁଇଟି ରାଜ୍ୟ ମଧ୍ୟରେ ଥିବାରୁ କେନ୍ଦ୍ର ସରକାର ଓଡ଼ିଶାକୁ ପ୍ରଶଂସା କରିଛନ୍ତି ।

କୋଭିଡ-୧୯ ସଙ୍କଟକୁ ସଫଳ ଭାବେ ମୁକାବିଲା କରିଥିବା କେରଳ ଓ ଓଡ଼ିଶାକୁ ବିଶ୍ୱ ଅର୍ଥନୈତିକ ଫୋରମ ପ୍ରଶଂସା କରିଛି ।

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ଅଧିକ ବିଶେଷ ଖବର

Copyright © 2021 · LocalWire