• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ଐତିହାସିକ ବାଲିଯାତ୍ରା ଉଦଘାଟିତ : ଏଥର ୮ ଦିନ ପରିବର୍ତ୍ତେ ୧୦ ଦିନ

ଐତିହାସିକ ବାଲିଯାତ୍ରା ଉଦଘାଟିତ : ଏଥର ୮ ଦିନ ପରିବର୍ତ୍ତେ ୧୦ ଦିନ

November 12, 2019 By Prabeen Sahoo Leave a Comment

କଟକ,ନଭେମ୍ବର ୧୨ (ଲୋକାଲ ୱାୟାର): ମଙ୍ଗଳବାର ସନ୍ଧ୍ୟାରେ ଐତିହାସିକ କଟକ ବାଲିଯାତ୍ରାକୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଉଦଘାଟନ କରି ଏଥର ୮ ଦିନ ପରିବର୍ତ୍ତେ ୧୦ ଦିନ ପାଇଁ ଏହି ଯାତ୍ରା ଅନୁଷ୍ଠିତ ହେବ ବୋଲି ଘୋଷଣା କରିଛନ୍ତି ।


ରାଜ୍ୟ ସରକାର ଏହାକୁ ରାଜ୍ୟ ସ୍ତରୀୟ ମେଳାର ମାନ୍ୟତା ଦେଇଥିବା ବେଳେ ଏହାକୁ ଜାତୀୟ ବାଣିଜ୍ୟ ମେଳା ଭାବେ ଘୋଷଣା କରାଯିବା ଉଚିତ ବୋଲି ସେ କହିଥିଲେ ।


ଜିଲ୍ଲା ସଂସ୍କୃତି ବିଭାଗ ଅଧ୍ୟକ୍ଷ ତଥା ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ବିଶିଷ୍ଟ ନିମନ୍ତ୍ରିତ ଅତିଥି ଭାବେ ଇଣ୍ଡୋନେସିଆ ରାଷ୍ଟ୍ରଦୂତ ସିର୍ଦ୍ଧାର୍ଥୋ ରେଜା ସୂର୍ଯ୍ୟାଦିପୁର, ଇଣ୍ଡୋନେସିଆର ସଂସ୍କୃତି ବିଭାଗ ମୁଖ୍ୟ ମୁଦନା, ସମ୍ମାନୀତ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପଞ୍ଚାୟତି ରାଜ ଓ ପାନୀୟ ଜଳ, ଆଇନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ପର୍ଯ୍ୟଟନ, ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ନିଆଳି ବିଧାୟକ ପ୍ରଫେସର ଡ. ପ୍ରମୋଦ କୁମାର ମଲ୍ଲିକ, କଟକ ଲୋକସଭା ସଦସ୍ୟ ଭର୍ତ୍ତୃହରି ମହାତାବ, ଜଗତସିଂହପୁର ଲୋକସଭା ସଦସ୍ୟ ଡା. ରଜଶ୍ରୀ ମଲ୍ଲିକ, ଜିଲ୍ଲା ପରିଷଦ ସଭାପତି ଜ୍ୟୋତିରେଖା ନାୟକ, ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ, କଟକ ସଦର ବିଧାୟକ ଚନ୍ଦ୍ର ସାରଥୀ ବେହେରା, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ, କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ଅନିଲ କୁମାର ସାମଲ ପ୍ରମୁଖ ନିଜ ନିଜର ବକ୍ତବ୍ୟ ରଖିଥିଲେ ।

ଏହି ଅବସରରେ କଟକ ବାଲିଯାତ୍ରା ସ୍ମରଣିକା-୨୦୧୯ ଓ ‘ଆମ ବାଲିଯାତ୍ରା’ ଆପ ଉନ୍ମୋଚିତ ହୋଇଥିଲା । ଶେଷରେ ଅତିରିକ୍ତ ଜିଲ୍ଲାପାଳ ବିଜୟ କୁମାର ଖଣ୍ଡାୟତ ରାୟ ଧନ୍ୟବାଦ ଅର୍ପଣ କରିଥିଲେ । ମଞ୍ଚ ପରିଚଳାନା କରିଥିଲେ ଡ. ମୃତ୍ୟୁଞ୍ଜୟ ରଥ ।

ଲୋକାଲ ୱାୟାର

Filed Under: Festival, Odia Tagged With: Festivals, ଓଡିଶା, କଟକ, ଜଗତସିଂହପୁର

Download LocalWire App for Hyperlocal  Odisha News any time anywhere

 

 

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକାଲ ୱାୟାର ନୂଆ ଡିଜାଇନ

ଲୋକପ୍ରିୟ

କୋଭିଡ-୧୯ ମହାମାରୀ ବିରୋଧରେ ଓଡିଶାର ଲଢେଇ: ଏକ ବିହଙ୍ଗାବଲୋକନ

କୋଭିଡ-୧୯ ନିୟନ୍ତ୍ରଣ ଓ ମୁକାବିଲାରେ ଦେଶର ଶୀର୍ଷ ଦୁଇଟି ରାଜ୍ୟ ମଧ୍ୟରେ ଥିବାରୁ କେନ୍ଦ୍ର ସରକାର ଓଡ଼ିଶାକୁ ପ୍ରଶଂସା କରିଛନ୍ତି ।

କୋଭିଡ-୧୯ ସଙ୍କଟକୁ ସଫଳ ଭାବେ ମୁକାବିଲା କରିଥିବା କେରଳ ଓ ଓଡ଼ିଶାକୁ ବିଶ୍ୱ ଅର୍ଥନୈତିକ ଫୋରମ ପ୍ରଶଂସା କରିଛି ।

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ଅଧିକ ବିଶେଷ ଖବର

Copyright © 2021 · LocalWire