• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ଓବିସି ଓ ଏସଇବିସିଙ୍କୁ ସ୍ଥାନ ସଂରକ୍ଷଣ ଦେବା ନେଇ ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଧର୍ମେନ୍ଦ୍ର

ଓବିସି ଓ ଏସଇବିସିଙ୍କୁ ସ୍ଥାନ ସଂରକ୍ଷଣ ଦେବା ନେଇ ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଧର୍ମେନ୍ଦ୍ର

December 31, 2020 By LocalWire Leave a Comment

ଭୁବନେଶ୍ୱର, ଡିସେମ୍ବର ୩୧ (ଲୋକାଲ ୱାୟାର): ରାଜ୍ୟ ସରକାର ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ଭଳି ଉଚ୍ଚଶିକ୍ଷାରେ ସ୍ଥାନ ସଂରକ୍ଷଣ କରିବାକୁ ପ୍ରସ୍ତାବିତ ସଂକଳ୍ପ କ୍ୟାବିନେଟରେ ପାରିତ କରିବା ପରିପ୍ରେକ୍ଷୀରେ ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁଣି ଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଦୀର୍ଘ ଦିନର ଅନୁରୋଧ ତଥା ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି)ଙ୍କୁ ଚାକିରି କ୍ଷେତ୍ରରେ ଓ ସାମାଜିକ ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗ (ଏସଇବିସି) ବର୍ଗଙ୍କୁ ଶିକ୍ଷା କ୍ଷେତ୍ରରେ ସ୍ଥାନ ସଂରକ୍ଷଣ
ଦେବା ପାଇଁ ଅନୁରୋଧ କରିଛନ୍ତି ।

ଶ୍ରୀ ପ୍ରଧାନ ଏ ବାବଦରେ ପୂର୍ବରୁ ଦୁଇ ଥର ଅର୍ଥାତ୍ ଜାନୁଆରୀ ୧୫, ୨୦୨୦ ଏବଂ ଜୁଲାଇ ୨୫,୨୦୧୯ରେ ଲେଖିଥିବା ପତ୍ରକୁ ସଂଲଗ୍ନ କରି ଉଲ୍ଲେଖ କରିଛନ୍ତି ଯେ ତାଙ୍କର ଅନୁରୋଧ କ୍ରମେ ରାଜ୍ୟ ସରକାର ଫେବୃୟାରୀ ୧୨,୨୦୨୦ରେ ପଛୁଆ ବର୍ଗ କମିଶନ ଗଠନ କରିଛନ୍ତି ।

ମାତ୍ର ଏହି ଆୟୋଗର ରିପୋର୍ଟ ଏପର୍ଯ୍ୟନ୍ତ ଦାଖଲ ହୋଇନଥିବା ବେଳେ ଓବିସି ବର୍ଗ ପାଇଁ ସଂରକ୍ଷଣର ଅନୁରୋଧ ଏର୍ପ୍ୟନ୍ତ କାର୍ଯ୍ୟକାରୀ ହୋଇନାହିଁ ।

ତେବେ ଓଡିଶା ଲୋକଙ୍କ ସ୍ୱାର୍ଥ ଦୃଷ୍ଟିରୁ ରାଜ୍ୟର ଓବିସି ଏବଂ ଏସଇବିସି ଜନସଂଖ୍ୟା ସପକ୍ଷରେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନର ଆବଶ୍ୟକତା ପାଇଁ ଯୁକ୍ତିକୁ ଦୋହରାଇଛନ୍ତି ଶ୍ରୀ ପ୍ରଧାନ ।

ସେ କହିଛନ୍ତି ରାଜ୍ୟର ମୋଟ ଜନସଂଖ୍ୟାର ପ୍ରମୁଖ ଅଂଶ ହେଉଛନ୍ତି ଓବିସି ଓ ଏସଇବିସି ବର୍ଗ ।

ତେବେ ଏହି ବର୍ଗର ଲୋକମାନେ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ଥିବା ସୁଯୋଗକୁ ବଂଚିତ ହୋଇଛନ୍ତି ।

ଯେଉଁ କାରଣରୁ ସେମାନଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶ ହୋଇପାରିନାହିଁ ।

କେନ୍ଦ୍ର ସରକାର ପଛୁଆ ବର୍ଗଙ୍କ ପାଇଁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ୨୭ ପ୍ରତିଶତ ସଂରକ୍ଷଣ ସୁବିଧା ଦେଇଥିବା ବେଳେ ତାମିଲନାଡୁ, ମହାରାଷ୍ଟ୍ର ଓ କର୍ଣ୍ଣାଟକ ଆଦି ରାଜ୍ୟ ଗୁଡିକ ମଧ୍ୟ ଏହି ଜାତି ଗୁଡ଼ିକର ଜନସଂଖ୍ୟାରେ ଅଧିକ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି ।

ତେବେ ରାଜ୍ୟରେ ଓବିସି ଏବଂ ଏସଇବିସି ପାଇଁ ଏଭଳି ସକରାତ୍ମକ କାର୍ଯ୍ୟାନୁଷ୍ଠାନ ନେବାରେ ରାଜ୍ୟ ସରକାରଙ୍କ ବିଳମ୍ବ ପରିଲକ୍ଷିତ ହୋଇଛି ।

ଏହି ବର୍ଗର ଲୋକମାନଙ୍କୁ ସଂରକ୍ଷଣ ନଦିଆଯାଇ ରାଜ୍ୟରେ ସାମାଜିକ – ଅର୍ଥନୈତିକ ବିକାଶର ସମନ୍ୱୟକୁ ଧରି ରଖିବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି ।

ଓଡ଼ିଶାର ବୃହତ ଅବହଳିତ ସମାଜ ଓବିସି ଏବଂ ଏସଇବିସି ଜନସଂଖ୍ୟାର ଆବଶ୍ୟକତାକୁ ଦୃଷ୍ଟିରେ ରଖି

ସେମାନଙ୍କୁ ଆଗ୍ରାଧିକାର ପ୍ରଦାନ କରିବା ଏବଂ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ଉପଯୁକ୍ତ ସଂରକ୍ଷଣ ଦେବା ପାଇଁ ମୁଖ୍ୟମନ୍ତ୍ରୀ ସକରାତ୍ମକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ ଆଶାବ୍ୟକ୍ତ କରିଛନ୍ତି ଶ୍ରୀ ପ୍ରଧାନ ।

ଲୋକାଲ ୱାୟାର

Filed Under: Job Tagged With: ଓଡିଶା

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire