• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ କେନ୍ଦ୍ର ୬୦ ହଜାର ୮୩୬ କୋଟି ଦେଇଛି

ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ କେନ୍ଦ୍ର ୬୦ ହଜାର ୮୩୬ କୋଟି ଦେଇଛି

November 23, 2020 By LocalWire Leave a Comment

ଭୁବନେଶ୍ୱର, ନଭେମ୍ବର ୨୩ (ଲୋକାଲ ୱାୟାର): ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନା ତଥା ଡିବିଟି ଜରିଆରେ ଅର୍ଥ ରାଶି ପ୍ରାପ୍ତି, ପାରିଶ୍ରମିକ ମୂଲ୍ୟ ପ୍ରଦାନ, ଫସଲ ବୀମା ଜରିଆରେ ମୋଟ ୬୦ ହଜାର ୮୩୬.୯୭ କୋଟି ଟଙ୍କା ଅର୍ଥ ଦିଆଯାଇଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଓଡ଼ିଶା ସମେତ ସମଗ୍ର ଭାରତବର୍ଷର ଚାଷୀଙ୍କୁ ସଶକ୍ତ କରିବା ପାଇଁ ଐତିହାସିକ ଏବଂ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି ।

ଆମ ଚାଷୀମାନଙ୍କ ପାଇଁ ଚାଷର ସମ୍ଭାବ୍ୟ ବ୍ୟବହାରକୁ ବଢ଼ାଇବା ସହ ସେମାନଙ୍କୁ ଆତ୍ମନିର୍ଭର କରିବା ପାଇଁ ପଦକ୍ଷେପ ନିଆଯାଇଛି ।

ମୋଦି ସରକାର ୨୦୧୪-୧୫ ରୁ ୨୦୧୯-୨୦ ମଧ୍ୟରେ ଓଡ଼ିଶାର ଚାଷୀଙ୍କଠାରୁ ଏମଏସପି ମୂଲ୍ୟ ବାବଦରେ ଧାନ କିଣି ବ୍ୟାଙ୍କ୍ ଖାତାକୁ ସିଧାସଳଖ ୫୩ ହଜାର ୬୮୦.୨୫ କୋଟି ଟଙ୍କା ପ୍ରଦାନ କରିଛନ୍ତି ।

ଗତ ୬ ବର୍ଷ ମଧ୍ୟରେ ଏମଏସପିର ଦ୍ରୁତ ବୃଦ୍ଧି ଚାଷୀ ମାନଙ୍କୁ ଅଧିକ ଲାଭ ଦେଇଛି ।

ବର୍ଷ ୨୦୧୩-୧୪ରେ ଧାନର ଏମଏସପି ମୂଲ୍ୟ ୧୩୧୦ ଟଙ୍କା ଥିଲା ବେଳେ ବର୍ଷ ୨୦୧୪ରେ-୧୫ରେ ଯଥାକ୍ରମେ ୧୩୬୦ ଟଙ୍କା, ବର୍ଷ ୨୦୧୫-୧୬ରେ ୧୪୧୦ ଟଙ୍କା, ବର୍ଷ ୨୦୧୬-୧୭ରେ ୧୪୭୦ ଟଙ୍କା, ବର୍ଷ ୨୦୧୭-୧୮ରେ ୧୫୫୦ ଟଙ୍କା, ବର୍ଷ ୨୦୧୮-୧୯ରେ ୧୭୫୦ ଟଙ୍କା, ବର୍ଷ ୨୦୧୯-୨୦ରେ ୧୮୧୫ ଟଙ୍କା ଏବଂ ବର୍ଷ ୨୦୨୦-୨୧ରେ ଧାନର ଏମଏସପି ମୂଲ୍ୟ ୧୮୬୮ ଟଙ୍କାକୁ ବୃଦ୍ଧି ହୋଇଛି ।

ଚଳିତ ଆର୍ଥିକ ବର୍ଷ ନଭେମ୍ବର ଶେଷ ସୁଦ୍ଧା ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ରାଜ୍ୟର ସମସ୍ତ ଯୋଗ୍ୟ କ୍ଷୁଦ୍ର ଏବଂ ମଧ୍ୟମ ଚାଷୀ ଉପକୃତ ହୋଇଛନ୍ତି ।

ଫସଲ କରିବା ପାଇଁ ଅତିରିକ୍ତ ସହଯୋଗ ଏବଂ ପରିବାରର ଭରଣପୋଷଣ ପାଇଁ ୨୦୧୮-୧୯ ଠାରୁ ଚାଷୀଙ୍କ ସିଧାସଳଖ ବ୍ୟାଙ୍କ୍ ଖାତାକୁ ୨ ହଜାର ୭୩୧.୮୭ କୋଟି ଟଙ୍କା ପ୍ରଦାନ କରାଯାଇଛି ।

ବର୍ଷ ୨୦୧୮-୧୯ରେ ଯଥାକ୍ରମେ ୧୯୪.୭୫ କୋଟି, ବର୍ଷ ୨୦୧୯ -୨୦ରେ ୧୬୮୬.୫୮ କୋଟି ଏବଂ ୨୦୨୦-୨୧ ନଭେମ୍ବର ମାସ ସୁଦ୍ଧା ୮୫୦.୩୫ କୋଟି ଟଙ୍କା ସମସ୍ତ ଯୋଗ୍ୟ ଚାଷୀଙ୍କ ବ୍ୟାଙ୍କ୍ ଆକାଉଣ୍ଟକୁ ଟ୍ରାନ୍ସଫର୍ କରାଯାଇଛି ।

୨୦୧୬-୧୭ ଠାରୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅଧୀନରେ ଓଡ଼ିଶାର ୨୦.୯୪ ଲକ୍ଷ ଚାଷୀଙ୍କୁ ମୋଟ ୪,୪୨୪.୮୫ କୋଟି ଟଙ୍କା ଦିଆଯାଇଛି ।

ମୋଦି ସରକାର ଆମ ଅର୍ଥନୀତିର ମେରୁଦଣ୍ଡକୁ ସୁଦୃଢ଼ କରିବା ଏବଂ ଓଡ଼ିଶା ସମେତ ସମଗ୍ର ଦେଶର ଚାଷୀଙ୍କ କଲ୍ୟାଣ କରିବା ପାଇଁ ସଂକଳ୍ପବଦ୍ଧ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire