• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ଓଡ଼ିଶାର ସମସ୍ତ ଯୋଗ୍ୟଚାଷୀଙ୍କୁ ମିଳିବ  ପିଏମ୍ କିଷାନ ସହାୟତା ଟଙ୍କା: ଧର୍ମେନ୍ଦ୍ର

ଓଡ଼ିଶାର ସମସ୍ତ ଯୋଗ୍ୟଚାଷୀଙ୍କୁ ମିଳିବ ପିଏମ୍ କିଷାନ ସହାୟତା ଟଙ୍କା: ଧର୍ମେନ୍ଦ୍ର

December 25, 2020 By LocalWire Leave a Comment

ଜଗତସିଂହପୁର, ଡିସେମ୍ବର ୨୫(ଲୋକାଲ ୱାୟାର): ଓଡ଼ିଶା ସରକାର ପଠାଉଥିବା ସମସ୍ତ ଯୋଗ୍ୟ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ବାର୍ଷିକ ୬ ହଜାର ଲେଖାଏଁ ସହାୟତା ଟଙ୍କା ମିଳିବ ବୋଲି ଶୁକ୍ରବାର କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସୁଶାସନ ଦିବସ ଅବସରରେ ଆୟୋଜିତ ଏକ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ଓ ଚାଷୀଙ୍କ ଆଲୋଚନାରେ ଜଗତସିଂହପୁର ଏରସମା ଜପାରୁ ସାମିଲ ହେବା ସହ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ସମେତ ଭାରତବର୍ଷର ୯ ଲକ୍ଷ ଚାଷୀଙ୍କ ବ୍ୟାଙ୍କ୍ ଖାତାକୁ ୧୮ ହଜାର କୋଟି ଟଙ୍କା ପଠାଇ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ଭଳି ସୁଶାସନର ପରିଚୟ ଦେଇଛନ୍ତି ।

ଅଟଳଜୀଙ୍କ ସୁଶାସନ ଏବଂ ଦାୟିତ୍ୱ ଅଟଳଜୀଙ୍କ ପ୍ରତିଟି ଶବ୍ଦ ୨୦୧୪ ମସିହାରୁ ମୋଦି ସରକାରଙ୍କ ମାର୍ଗଦର୍ଶକ ।

ଅଟଳଜୀଙ୍କୁ ପାଥେୟ କରି ଆଜି ପ୍ରଧାନମନ୍ତ୍ରୀ ଭାରତବର୍ଷର ୯ କୋଟି ଚାଷୀଙ୍କ ବ୍ୟାଙ୍କ ଖାତାକୁ ୧୮ହଜାର କୋଟି ଟଙ୍କା ପଠାଇ ସୁଶାସନର ପରିଚୟ ଦେଇଛନ୍ତି ।

ଓଡ଼ିଶା ସରକାର ଯେତେ ଯୋଗ୍ୟଚାଷୀଙ୍କ ତାଲିକା ପଠାଇବେ,ସେମାନଙ୍କୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିରେ ବାର୍ଷିକ ୬ ହଜାର ଲେଖାଏଁ ଟଙ୍କା ବ୍ୟାଙ୍କ୍ ଖାତାକୁ ପଠାଯିବ ବୋଲି ମୋଦି ସରକାର ସ୍ପଷ୍ଟ କରିଛନ୍ତି ।

ଆଧୁନିକ ସମୟରେ ପ୍ରଧାନମନ୍ତ୍ରୀ ମୋଦି ସୁଶାସନର ପରିଚୟ ଦେଇ ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଟଙ୍କା ପଠାଇବାର ବ୍ୟବସ୍ଥା କରିଥିବା ବେଳେ ଓଡ଼ିଶାରେ ରାଜ୍ୟ ସରକାର ଯୋଗ୍ୟ ଚାଷୀମାନଙ୍କର ତାଲିକା ପଠାଇନପାରିବା ଦୁର୍ଭାଗ୍ୟଜନକ ।

ରାଜ୍ୟ ସରକାର କାଳିଆ ଯୋଜନାରେ ଚାଷୀଙ୍କୁ ଟଙ୍କା ପଠାଇବା ପାଇଁ କହିଥିବା ବେଳେ କାଳିଆ ଟଙ୍କା କୁଆଡ଼େ ଗଲା ବୋଲି ଶ୍ରୀ ପ୍ରଧାନ ପ୍ରଶ୍ନ କରିଛନ୍ତି ।

ମୋଦି ସରକାରରେ ‘ଅନ୍ନଦାତା’ଙ୍କ ହାତମୁଠାକୁ ଅଧିକ ମଜବୁତ୍ କରାଯାଇଛି ।

ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନାରେ ଜରିଆରେ ମୋଟ ୬୦ ହଜାର କୋଟି ଟଙ୍କା ପ୍ରଦାନ କରାଯାଇଛି ।

ନୂଆ କୃଷି ଆଇନରେ ଆମ ଚାଷୀମାନଙ୍କ ପାଇଁ ଚାଷର ସମ୍ଭାବ୍ୟ ବ୍ୟବହାରକୁ ବଢ଼ାଇବା ସହ ସେମାନଙ୍କୁ ଆତ୍ମନିର୍ଭର କରିବା ପାଇଁ ପଦକ୍ଷେପ ନିଆଯାଇଛି ।

ଓଡ଼ିଶାକୁ ମୋଦି ସରକାର ବିପୁଳ ଅର୍ଥ ଦେଉଥିବା ବେଳେ ଏହାର ବାଟମାରଣା ହେଉଛି ।

ଏହାର ସବୁ ଜବାବ ଦେବା ଦରକାର ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।

ଏଠାରେ ଗୋଟିଏ ଦଳ ଦୀର୍ଘ ଦିନ ଶାସନ କ୍ଷମତା ରହିବା ପରେ ମଧ୍ୟ ଯୁବକ ବାହାରକୁ ଦାଦନ ଖଟିବାକୁ ଯାଉଛି । ଏହା କଣ ସୁଶାସନର ପରିଚୟ ବୋଲି ପ୍ରଶ୍ନ କରିଛନ୍ତି ଶ୍ରୀ ପ୍ରଧାନ ।

ଉଲ୍ଲେଖନୀୟ ଯେ, ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ କିଷାନ ନିଧି ଯୋଜନାର କିସ୍ତି ଚାଷୀଙ୍କୁ ପ୍ରଦାନ କରିବା ଅବସରରେ ଦେଶର ବିଭିନ୍ନ ରାଜ୍ୟର ଚାଷୀଙ୍କ ସହ କଥା ହୋଇଥିଲେ ।

ଏହି ଅବସରରେ ଶ୍ରୀ ପ୍ରଧାନ ଜଗତସିଂହପୁର ଏରସମା ବ୍ଲକ ଜପାରେ ଓ ସ୍ଥାନୀୟ ଜନସାଧାରଣ ଓ ଦଳର କାର୍ଯ୍ୟକର୍ତ୍ତାଙ୍କ ସହ ଭିଡିଓ କନଫରେନ୍ସିଂରେ ସାମିଲ ହୋଇଥିଲେ ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, ଜଗତସିଂହପୁର

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire