ଭୁବନେଶ୍ୱର, ଏପ୍ରିଲ ୨୩ (ଲୋକାଲ ୱାୟାର) : କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରିଛନ୍ତି ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ ପାର୍ଟିର ମୁଖ୍ୟ ଏନ୍. ଚନ୍ଦ୍ରବାବୁ ନାଇଡୁ ।
କରୋନା ଯୋଦ୍ଧାଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାରକୁ ୫୦ଲକ୍ଷ ଟଙ୍କା ସହାୟତା ଓ ଡାକ୍ତର ଏବଂ ସ୍ୱାସ୍ଥ୍ୟକର୍ମୀଙ୍କୁ ସହିଦର ମାନ୍ୟତା ଦିଆଯିବ ।
ଏହାସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସେମାନଙ୍କୁ ଅନ୍ତିମ ବିଦାୟ ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିବା ସହ ଟିଟ୍ୱ କରିଥିଲେ ।
ଯାହାକୁ ରିଟ୍ୱିଟ୍ କରି ଚନ୍ଦ୍ରବାବୁ କହିଛନ୍ତି, ରାଜ୍ୟବାସୀଙ୍କ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ପାଇଁ ଏକ ଦୃଢ ସଂକଳ୍ପ ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ସରକାର କରୋନା ଭାଇରସ୍ ବିରୁଦ୍ଧରେ ଲଢେଇ କରୁଛନ୍ତି ।
ରାଜ୍ୟର ଦକ୍ଷ ପ୍ରଶାସନିକ ଅଧିକାରୀଙ୍କୁ ମଧ୍ୟ ସେ ପ୍ରଶଂସା କରିଛନ୍ତି ।
ଲୋକାଲ ୱାୟାର
Leave a Reply