ଭୁବନେଶ୍ୱର, ଅକ୍ଟୋବର ୯ (ଲୋକାଲ ୱାୟାର): ଉତ୍ତର ଆଣ୍ଡାମାନ ସମୁଦ୍ର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଆସନ୍ତାକାଲି ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।
ଏହା ଅବପାତରେ ପରିଣତ ହୋଇ ଅକ୍ଟୋବର ୧୨ ତାରିଖ ସକାଳେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନ ରହିଛି ।
ତେଣୁ ଅକ୍ଟୋବର ୧୧ରୁ ୧୩ ତାରିଖ ମଧ୍ୟରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶର ବହୁ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
୧୧ ତାରିଖ ସକାଳ ସାଢେ ୮ଟାରୁ ୧୨ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ରାୟଗଡ଼ା ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିଦିନ ମାଲକାନଗିରି, କୋରାପୁଟ, କନ୍ଧମାଳ, ଜଗତସିଂହପୁର, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୧୨ ତାରିଖରୁ ୧୩ ତାରିଖ ଯାଏଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ।
ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।
୧୦ ଅକ୍ଟୋବର ରାତିରୁ ଉପକୂଳରେ ୪୫ରୁ ୫୫ କିମି ପବନ ଆଶଙ୍କା ରହିଛି ।
ତେଣୁ ୧୦ରୁ ୧୩ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ଲୋକାଲ ୱାୟାର
Leave a Reply