ଭୁବନେଶ୍ୱର, ଅଗଷ୍ଟ ୨୩ (ଲୋକାଲ ୱାୟାର): ସୋମବାର (୨୪ ତାରିଖ) ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା ଥିବାବେଳେ ଏହାର ପ୍ରଭାବରେ ସୋମବାରଠାରୁ ୨୬ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି ବୋଲି ରବିବାର ପାଣିପାଗ ବିଭାଗ କହିଛି ।
ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ପୁରୀ ଓ ଅନୁଗୁଳରେ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ୨୪ରୁ ୨୫ ତାରିଖ ମଧ୍ୟରେ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ୯ ଜିଲ୍ଲା ହେଲା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ।
ସେହିଭଳି ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ପୁରୀ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୨୫ ଓ ୨୬ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନ ଅଛି । ପ୍ରଭାବରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଓ ବନ୍ୟା ସ୍ଥିତି ଦେଖାଦେବା ସହ ରାସ୍ତା ଓ କଚ୍ଚା ଘର ଭାଙ୍ଗିବା ଏବଂ ଭୂସ୍ଖଳନର ମଧ୍ୟ ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି ।
ଏନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସୁନ୍ଦରଗଡ଼, ପୁରୀ, ଖୋର୍ଦ୍ଧା, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗିର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୨୬ ଓ ୨୭ ତାରିଖ ମଧ୍ୟରେ ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ ଓ ବଲାଙ୍ଗିରରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ପ୍ରଭାବରେ ତଳିଆ ଅଞ୍ଚଳ ପାଣି ଘେରରେ ରହିବା ସମ୍ଭାବନା ରହିଛି ।
୨୫ରୁ ୨୭ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।
ଲୋକାଲ ୱାୟାର
Leave a Reply