• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
କେନ୍ଦ୍ରୀୟ କମିଟିକୁ ରାଜ୍ୟ ଦେଲା ୧୧ଶହ କୋଟିର ବନ୍ୟା କ୍ଷୟକ୍ଷତି ରିପୋର୍ଟ

କେନ୍ଦ୍ରୀୟ କମିଟିକୁ ରାଜ୍ୟ ଦେଲା ୧୧ଶହ କୋଟିର ବନ୍ୟା କ୍ଷୟକ୍ଷତି ରିପୋର୍ଟ

September 17, 2020 By LocalWire Leave a Comment

ଭୁବନେଶ୍ୱର, ସେପ୍ଟେମ୍ବର ୧୭(ଲୋକାଲ ୱାୟାର): ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଓଡ଼ିଶା ଗସ୍ତରେ ଆସିଥିବା ୫ ଜଣିଆ କେନ୍ଦ୍ରୀୟ କମିଟିକୁ ଗୁରୁବାର ରାଜ୍ୟ ସରକାର ୧୧ଶହ କୋଟି ଟଙ୍କାର ବନ୍ୟା କ୍ଷୟକ୍ଷତି ରିପୋର୍ଟ ଦେଇଥିବା ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ।

ବନ୍ୟାଞ୍ଚଳରେ ଏବେ ଥଇଥାନ କାର୍ଯ୍ୟ ସହ କ୍ଷୟକ୍ଷତିର ଅନୁଧ୍ୟାନ ବି ଚାଲିଛି । ଶୀଘ୍ର ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରାଯିବ ବୋଲି କେନ୍ଦ୍ରୀୟ କମିଟିକୁ ରାଜ୍ୟ ସରକାର କହିଛନ୍ତି ।

ସ୍ୱରାଷ୍ଟ୍ର ବିଭାଗ ଯୁଗ୍ମ ସଚିବ ପ୍ରବୀଶ ବଶିଷ୍ଠଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ୍ ଦୁୁଇ ଦିନ ଧରି ୪ଟି ବନ୍ୟା ପ୍ରଭାବିତ ଜିଲ୍ଲା ବୁଲିବା ପରେ ଗୁରୁବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ ।

କେନ୍ଦ୍ରୀୟ କମିଟିକୁ ମୁଖ୍ୟ ସଚିବ ଶ୍ରୀ ତ୍ରିପାଠୀ କହିଥିଲେ, ବନ୍ୟାରେ ୨.୨୫ ଲକ୍ଷ ହେକ୍ଟର ଚାଷ ଜମିରେ ଶସ୍ୟ ୩୩%ରୁ ଅଧିକ କ୍ଷତି ହୋଇଛି ।

୧,୨୦,୦୦୦ ଘର ଊଣାଅଧିକେ କ୍ଷତିଗ୍ରସ୍ତ ହୋଇଛି । ନଦୀବନ୍ଧ, ରାସ୍ତା ଏବଂ ଅନ୍ୟାନ୍ୟ ମୌଳିକ ଭିତ୍ତିଭୂମି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି ।

ବନ୍ୟାଞ୍ଚଳରେ ରାଜ୍ୟ ସରକାର କରିଥିବା ଉଦ୍ଧାର ଓ ଥଇଥାନ ଏବଂ ପରବର୍ତ୍ତୀ ଭିତ୍ତିଭୂମି ସଜଡ଼ା କାର୍ଯ୍ୟ ତଥା ବିପର୍ଯ୍ୟୟ ପରିଚାଳନାକୁ କେନ୍ଦ୍ରୀୟ କମିଟି ପ୍ରଶଂସା କରିଥିଲେ ।

ଏସଡିଆରଏଫ ଫଣ୍ଡ ବାଦ ରାଜ୍ୟ ପାଇଁ ଅଧିକ ସହାୟତାର ଆବଶ୍ୟକ ଥିବା କମିଟି କହିଥିଲେ ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire