• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
କୋଷ୍ଟାଲ ହାଇୱେ, ଭୁବନେଶ୍ୱର ରିଙ୍ଗ୍ ରୋଡ୍, ପାରାଦୀପ-ବଡ଼ବିଲ ୮ ଲେନ୍ ସମ୍ପର୍କରେ ଆଲୋଚନା

କୋଷ୍ଟାଲ ହାଇୱେ, ଭୁବନେଶ୍ୱର ରିଙ୍ଗ୍ ରୋଡ୍, ପାରାଦୀପ-ବଡ଼ବିଲ ୮ ଲେନ୍ ସମ୍ପର୍କରେ ଆଲୋଚନା

February 2, 2021 By LocalWire Leave a Comment

ନୂଆଦିଲ୍ଲୀ, ଫେବ୍ରୁଆରୀ ୨(ଲୋକାଲ ୱାୟାର): ରାଜ୍ୟର କୋଷ୍ଟାଲ ହାଇୱେ ସମେତ ବିଭିନ୍ନ ସଡ଼କର ବିକାଶ ପାଇଁ ମଙ୍ଗଳବାର ଆଲୋଚନା ହୋଇଛି ।

ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ, ଏବଂ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ମଙ୍ଗଳବାର ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଥିବା ବୈଠକରେ ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ମିଶନର କୋଷ୍ଟାଲ ହାଇୱେ ନେଇ ଥିବା ସମସ୍ୟା ତଥା ଗୋପାଳପୁରରୁ ସାତପଡ଼ା ପାଇଁ ପ୍ରକଳ୍ପର

କାମ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରିବା ତଥା ଅନୁମତି ଦେବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରତିଶ୍ରୁତି ଦେଇଥିବା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏଥିାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇବା ସହ କହିଛନ୍ତି ଯେ ଓଡିଶାର ବିଭିନ୍ନ ରାଜପଥ ପ୍ରକଳ୍ପକୁ ନେଇ ବିଚାରବିମର୍ଷ ହୋଇଯାଇଥିବା ଏହି ବୈଠକରେ ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାରଙ୍କ ମନ୍ତ୍ରୀ ନିତୀନ ଗଡକରୀଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ବିଶେଷ ଭାବରେ ଭାରତମାଳ ପରିଯୋଜନାରେ ଦୀଘା-ଗୋପାଳପୁର ଉପକୂଳ ରାଜପଥ ପ୍ରକଳ୍ପର ବିକାଶର କାମକୁ ତ୍ୱରାନ୍ୱିତ କରିବା ଦିଗରେ ଆଲୋଚନା ହୋଇଛି ।

୯ ହଜାର କୋଟି ଟଙ୍କା ଖର୍ଚ୍ଚରେ ଓଡ଼ିଶାର ଉପକୂଳବର୍ତୀ ଅଂଚଳର ଲାଇଫଲାଇନ୍ ହେବାକୁ ଯାଉଥିବା ଏହି କୋଷ୍ଟାଲ ହାଇୱେର ଆଲାଇନମେଂଟ ତଥା ଏହାର ଅଗ୍ରଗତି ନେଇ ଆଲୋଚନା ହୋଇଥିବା ବେଳେ ଗୋପାଳପୁରରୁ ସାତପଡ଼ା ପାଇଁ ପ୍ରକଳ୍ପର କାମ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରିବା ତଥା ଅନୁମତି ଦେବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତି ଦେଇଛନ୍ତି ।

ଓଡ଼ିଶାର ସର୍ବବୃହତ ରାଜପଥ ପ୍ରକଳ୍ପ କୋଷ୍ଟାଲ ହାଇୱେ ହେଲେ ଏହା ପର୍ଯ୍ୟଟନ ଶିଳ୍ପକୁ ତ୍ୱରାନ୍ୱିତ କରିବା ସଙ୍ଗେସଙ୍ଗେ ମତ୍ସ୍ୟ ଚାଷ,ଖାଦ୍ୟ ପ୍ରକ୍ରିୟାକରଣ, ଲଜିଷ୍ଟିକୁ ସୁବିଧା ଦେବା ସହ ପଣ୍ୟାଗାର ପରିବହନରେ ବିଶେଷ ଭାବରେ ସହାୟକ ହେବ ।

ଏହି ବୈଠକରେ ଭୁବନେଶ୍ୱର ରିଙ୍ଗ୍ ରୋଡ ପ୍ରକଳ୍ପ ନେଇ ଆଲୋଚନା ହୋଇଥିଲା ।

ଏହା ସହ ବିଶେଷ ଭାବରେ ଏହି ବୈଠକରେ ପାରାଦୀପ ଠାରୁ ବଡ଼ବିଲ ମଧ୍ୟରେ ପ୍ରସ୍ତାବିତ ୮ ଲେନ୍ ବିଶିଷ୍ଟ ୩୦୦ କିମି ଲମ୍ବ ଅର୍ଥନୈତିକ କୋରିଡ଼ର ଉପରେ ଆଲୋଚନା କରାଯାଇଥିଲା ।

ଏହି ରାସ୍ତା ପାରାଦୀପରୁ ଆରମ୍ଭ ହୋଇ ଚଣ୍ଡିଖୋଲ- ଡ଼ୁବୁରି- କେନ୍ଦୁଝର- ରିମୁଳି- ବଡରସାହୀ ଦେଇ ବଡବିଲରେ ଶେଷ ହେବ ।

ଏହି ପ୍ରସ୍ତାବିତ ଅର୍ଥନୈତିକ କୋରିଡ଼ର ଚଣ୍ଡିଖୋଲ ସମେତ ଦେଶର ସବୁଠୁ ବଡ଼ କଳିଙ୍ଗନଗର ଇସ୍ପାତ୍ କ୍ଲଷ୍ଟରର ବିକାଶ କରିବାରେ ବଡ଼ ଭୂମିକା ଗ୍ରହଣ କରିବ ।

ଏହି ରାଜପଥ ଡ଼ୁବୁରି ପାର୍ଶ୍ୱବର୍ତୀ ଅଞ୍ଚଳ ତଥା ଇସ୍ପାତ୍, କୋଇଲା, ଲୁହା ଓ ଆଲୁମିନିୟମ କ୍ଷେତ୍ର ପାଇଁ ମଧ୍ୟ ଅନେକ ସମ୍ଭାବନାର ସମ୍ଭାର ଆଣିବ ।

ସ୍ଥାନୀୟ ଅର୍ଥନୀତିକୁ ସୁଦୃଢ଼ କରିବା ସଙ୍ଗେସଙ୍ଗେ ଯୁବକଙ୍କ ପାଇଁ ରୋଜଗାରର ସୁଯୋଗ ମଧ୍ୟ ସୃଷ୍ଟି କରିବାରେ ବଡ଼ ଭୂମିକା ଗ୍ରହଣ କରିବ ।

ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ପରିକଳ୍ପନାରେ ଓଡ଼ିଶାରେ ବନ୍ଦର ଆଧାରିତ ଶିଳ୍ପାୟନର ଦ୍ରୁତ ଅର୍ଥନୀତିର ବିକାଶକୁ ପ୍ରାଥମିକତା ଦିଆଯାଉଛି ।

ଏହି ପରିପ୍ରେକ୍ଷୀରେ ଧାମରାରେ ବନ୍ଦର ଆଧାରିତ ବିକାଶ କରିବାନେଇ ଧାମରାକୁ ସଂଯୋଗ କରୁଥିବା ପ୍ରସ୍ତାବିତ ରାଜପଥ ପ୍ରକଳ୍ପ ଗୁଡ଼ିକ ଉପରେ ଗୁରୁତ୍ୱାରୋପ
କରାଯାଇଥିଲା ।

ଗୋପାଳପୁର ବନ୍ଦର, ସବର୍ଣ୍ଣରେଖା ପ୍ରସ୍ତାବିତ ବନ୍ଦରକୁ ସଂଯୋଗ କରୁଥିବା ରାସ୍ତା ଗୁଡ଼ିକ ଉପରେ ମଧ୍ୟ ଏହି ବୈଠକରେ ଆଲୋଚନା କରାଯାଇଥିଲା ।

ଉଲ୍ଲେଖନୀୟ ଯେ, ଏହି ଭର୍ଚୁଆଲ ବୈଠକରେ ବଶେଷ ଭାବରେ ଓଡ଼ିଶାରେ କ୍ରିୟାନ୍ୱୟନ ହେଉଥିବା ବିଭିନ୍ନ ରାଜପଥ ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ନେଇ ଆଲୋଚନା ହୋଇଥିବା ବେଳେ ଅନ୍ୟାନ୍ୟ ପ୍ରସ୍ତାବିତ ପ୍ରକଳ୍ପ ଗୁଡ଼ିକ ଉପରେ ଆଲୋଚନା ହୋଇଥିଲା ।
ଓଡ଼ିଶାର ବିଭିନ୍ନ ପ୍ରମୁଖ ରାଜପଥ ପ୍ରକଳ୍ପ ଯଥା କେନ୍ଦୁଝରର ଜାତୀୟ ରାଜପଥ ପ୍ରକଳ୍ପ ଅଧୀନରେ ଥିବା ଏନଏଚ-୨୦ର ପାଣିକୋଇଲି-ରିମୁଳି ସେକ୍ସନ, ଏନଏଚ-୪୯
ସିଙ୍ଗରା ବିଞ୍ଜବାହାଲ ସେକ୍ସନ, ପ୍ରସ୍ତାବିତ ଅର୍ଥନୈତିକ କୋରିଡରରେ ପାରାଦୀପ, ବଡବିଲ, ପାରାଦୀପ-ଚଣ୍ଡିଖୋଲ, ଚଣ୍ଡିଖୋଲ ଡୁବୁରି, ଡୁବୁରି-କେନ୍ଦୁଝର ରୋଡ, କେନ୍ଦୁଝର-ରିମୁଳି, ରିମୁଳି-ଭଦ୍ରସାହୀ,ଭଦ୍ରସାହୀ- ବଡବିଲ, ଭୁବନେଶ୍ୱର-ପୁରୀ ମଧ୍ୟରେ ୮ ଲେନ୍ ବିଶିଷ୍ଟ ଏକ୍ସପ୍ରେସ ୱେ, ବନ୍ଦରରୁ ରାସ୍ତା ସଂଯୋଗ ଅଧୀନରେ ଧାମରା, ଗୋପାଳପୁର, ସୁବର୍ଣ୍ଣରେଖା ବନ୍ଦର ଏବଂ ଅମ୍ପନୀ-ଜୟପୁର ଓ ରାୟପୁର-ବିଶାଖାପାଟଣା ଜାତୀୟ ରାଜପଥ ପ୍ରକଳ୍ପ ଉପରେ ଆଲୋଚନା କରାଯାଇଥିଲା ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, ଭୁବନେଶ୍ୱର

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire