ଭୁବନେଶ୍ୱର, ଜାନୁଆରୀ ୨୮ (ଲୋକାଲ ୱାୟାର) : ଗତ ୨୪ ଘଣ୍ଟାରେ ରାଜ୍ୟର ୧୯ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍ରୁ ୧୧୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ଗୁରୁବାର ସ୍ୱାସ୍ଥ୍ୟ ବିଭାଗ କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୪୬ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।
୧୧୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୦, ବାଲେଶ୍ୱରରୁ ୪, ବରଗଡ଼ରୁ ୮, ଭଦ୍ରକରୁ ୩, ବଲାଙ୍ଗିରରୁ ୬, କଟକରୁ ୯, ଗଜପତିରୁ ୩, ଗଞ୍ଜାମ ୧, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧାରୁ ୮, ମୟୂରଭଞ୍ଜରୁ ୨, ନୂଆପଡ଼ାରୁ ୧୧, ପୁରୀରୁ ୧, ରାୟଗଡରୁ ୧, ସମ୍ବଲପୁରରୁ ୧୮, ସୁନ୍ଦରଗଡ଼ରୁ ୧୭ ଏବଂ ଷ୍ଟେଟ୍ ଫୁଲ୍ରୁ ୨ ଜଣ ଅଛନ୍ତି ।
ଉଲ୍ଲେଖଯୋଗ୍ୟ, ଗୁରୁବାର ସକାଳ ସୁଦ୍ଧା ରାଜ୍ୟରେ ୭୬,୩୫,୮୮୭ କରୋନା ନମୁନା ପରୀକ୍ଷଣ ହୋଇଛି ।
୩,୩୪,୭୮୦ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୩୧ ,୫୩୫ ଜଣ ସୁସ୍ଥ ହୋଇଛନ୍ତି ।
୧୨୮୬ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୯୦୬ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply