ଭୁବନେଶ୍ୱର, ଜାନୁଆରୀ ୩୧ (ଲୋକାଲ ୱାୟାର) : ଗତ ୨୪ ଘଣ୍ଟାରେ ରାଜ୍ୟର ୧୯ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍ରୁ ୧୧୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରବିବାର ସ୍ୱାସ୍ଥ୍ୟ ବିଭାଗ କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୪୬ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।
୧୧୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୮, ବାଲେଶ୍ୱରରୁ ୭, ବରଗଡ଼ରୁ ୧୧, ବଲାଙ୍ଗିରରୁ ୩, କଟକରୁ ୭, ଦେବଗଡ଼ରୁ ୧, ଗଞ୍ଜାମରୁ ୫, ଜଗତସିଂହପୁରରୁ ୨, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୨, ଖୋର୍ଦ୍ଧାରୁ ୯, ମୟୂରଭଞ୍ଜରୁ ୫, ନବରଙ୍ଗପୁରରୁ ୧, ନୂଆପଡ଼ାରୁ ୮, ପୁରୀରୁ ୮, ରାୟଗଡ଼ାରୁ ୩, ସମ୍ବଲପୁରରୁ ୪, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୨୧ ଏବଂ ଷ୍ଟେଟ୍ ଫୁଲ୍ରୁ ୨ ଜଣ ଅଛନ୍ତି ।
ଉଲ୍ଲେଖଯୋଗ୍ୟ, ରବିବାର ସକାଳ ସୁଦ୍ଧା ରାଜ୍ୟରେ ୭୭,୦୯, ୬୦୬ କରୋନା ନମୁନା ପରୀକ୍ଷଣ ହୋଇଛି ।
୩,୩୫,୦୭୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୩୧, ୯୬୨ ଜଣ ସୁସ୍ଥ ହୋଇଛନ୍ତି ।
୧୧୫୧ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୯୦୬ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply