ଭୁବନେଶ୍ୱର, ଜାନୁଆରୀ ୨୩ (ଲୋକାଲ ୱାୟାର) : ଗତ ୨୪ ଘଣ୍ଟାରେ ରାଜ୍ୟର ୨୩ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍ରୁ ୧୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣକର ମୃତ୍ୟୁ ଘଟିଛି ବୋଲି ଶନିବାର ସ୍ୱାସ୍ଥ୍ୟ ବିଭାଗ କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୫୪ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।
୧୩୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୨, ବାଲେଶ୍ୱରରୁ ୧୦, ବରଗଡ଼ରୁ ୧୩, ଭଦ୍ରକରୁ ୧, କଟକରୁ ୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ୧, ଗଞ୍ଜାମରୁ ୧, ଜଗତସିଂହପୁରରୁ ୫, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୬, କୋରାପୁଟରୁ ୪, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୩, ନୟାଗଡ଼ରୁ ୧, ନୂଆପଡ଼ାରୁ ୪, ପୁରୀରୁ ୧୫, ସମ୍ବଲପୁରରୁ ୧୦, ସୁନ୍ଦରଗଡ଼ରୁ ୧୪ ଏବଂ ଷ୍ଟେଟ୍ ଫୁଲ୍ରୁ ୨ ଜଣ ଅଛନ୍ତି ।
ଉଲ୍ଲେଖଯୋଗ୍ୟ, ଶନିବାର ସକାଳ ସୁଦ୍ଧା ରାଜ୍ୟରେ ୭୫,୨୫, ୭୦୩ କରୋନା ନମୁନା ପରୀକ୍ଷଣ ହୋଇଛି ।
୩,୩୪,୧୫୦ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୩୦, ୭୫୭ ଜଣ ସୁସ୍ଥ ହୋଇଛନ୍ତି ।
୧୪୩୬ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୯୦୪ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply