ଭୁବନେଶ୍ୱର, ଜାନୁଆରୀ ୧୬ (ଲୋକାଲ ୱାୟାର) : ଗତ ୨୪ ଘଣ୍ଟାରେ ରାଜ୍ୟର ୨୨ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍ରୁ ୨୭୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣକର ମୃତ୍ୟୁ ଘଟିଛି ବୋଲି ଶନିବାର ସ୍ୱାସ୍ଥ୍ୟ ବିଭାଗ କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୭୫ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।
୧୭୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୪, ବାଲେଶ୍ୱରରୁ ୭, ବରଗଡ଼ରୁ ୧୦, ଭଦ୍ରକରୁ ୪, ବଲାଙ୍ଗିରରୁ ୫, କଟକରୁ ୪, ଦେବଗଡ଼ରୁ ୨, ଗଜପତିରୁ ୩, ଗଞ୍ଜାମ ୩, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୨୩, କଳାହାଣ୍ଡିରୁ ୧, ଖୋର୍ଦ୍ଧାରୁ ୫, କୋରାପୁଟରୁ ୩, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨, ନୂଆପଡ଼ାରୁ ୧୬, ପୁରୀରୁ ୧୯, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୪, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୩୦ ଏବଂ ଷ୍ଟେଟ୍ ଫୁଲ୍ରୁ ୧ ଜଣ ଅଛନ୍ତି । ମୃତକ ଜଣକ ସୁନ୍ଦରଗଡ଼ ଜିଲ୍ଲାର ।
ଉଲ୍ଲେଖଯୋଗ୍ୟ, ଶନିବାର ସକାଳ ସୁଦ୍ଧା ରାଜ୍ୟରେ ୭୩,୪୬, ୦୯୮ କରୋନା ନମୁନା ପରୀକ୍ଷଣ ହୋଇଛି ।
୩,୩୩,୧୨୭ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୨୯, ୦୮୮ ଜଣ ସୁସ୍ଥ ହୋଇଛନ୍ତି ।
୨୦୮୭ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୮୯୯ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply