ଭୁବନେଶ୍ୱର, ଜାନୁଆରୀ ୧୮ (ଲୋକାଲ ୱାୟାର) : ଗତ ୨୪ ଘଣ୍ଟାରେ ରାଜ୍ୟର ୨୧ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍ରୁ ୧୩୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣକର ମୃତ୍ୟୁ ଘଟିଛି ବୋଲି ସୋମବାର ସ୍ୱାସ୍ଥ୍ୟ ବିଭାଗ କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୫୫ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।
୧୩୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୫, ବାଲେଶ୍ୱରରୁ ୯, ବରଗଡ଼ରୁ ୩, ବଲାଙ୍ଗିରରୁ ୩, ବୌଦ୍ଧରୁ ୨, କଟକରୁ ୨, ଗଜପତିରୁ ୧, ଗଞ୍ଜାମ ୧, ଜଗତସିଂହପୁରରୁ ୧, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୫, ମୟୂରଭଞ୍ଜରୁ ୪, ନୂଆପଡ଼ାରୁ ୧୧, ପୁରୀରୁ ୧୬, ସମ୍ବଲପୁରରୁ ୧୯, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୨୫ ଏବଂ ଷ୍ଟେଟ୍ ଫୁଲ୍ରୁ ୧ ଜଣ ଅଛନ୍ତି ।
ଉଲ୍ଲେଖଯୋଗ୍ୟ, ସୋମବାର ସକାଳ ସୁଦ୍ଧା ରାଜ୍ୟରେ ୭୪,୦୨, ୫୩୮ କରୋନା ନମୁନା ପରୀକ୍ଷଣ ହୋଇଛି ।
୩,୩୩,୪୪୪ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୨୯, ୫୪୬ ଜଣ ସୁସ୍ଥ ହୋଇଛନ୍ତି ।
୧୯୪୪ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୯୦୧ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply