ଭୁବନେଶ୍ୱର, ଜାନୁଆରୀ ୩ (ଲୋକାଲ ୱାୟାର) : ଗତ ୨୪ ଘଣ୍ଟାରେ ରାଜ୍ୟର ୨୪ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍ରୁ ୧୯୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ଘଟିଛି ବୋଲି ରବିବାର ସ୍ୱାସ୍ଥ୍ୟ ବିଭାଗ କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୮୩ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।
୨୯୨ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୪, ବାଲେଶ୍ୱରରୁ ୩, ବରଗଡ଼ରୁ ୮, ବଲାଙ୍ଗିରରୁ ୧୭, ବୌଦ୍ଧରୁ ୧, କଟକରୁ ୧୦, ଦେବଗଡ଼ରୁ ୧, ଢେଙ୍କାନାଳରୁ ୧, ଗଞ୍ଜାମରୁ ୧, ଜଗତସିଂହପୁରରୁ ୨, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୧୩, କେନ୍ଦ୍ରାପଡ଼ାରୁ ୯, ଖୋର୍ଦ୍ଧାରୁ ୧୦, କୋରାପୁଟରୁ ୧, ମୟୂରଭଞ୍ଜରୁ ୯, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୧, ନୂଆପଡ଼ାରୁ ୪, ପୁରୀରୁ ୧୩, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୬, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୩୩ ଏବଂ ଷ୍ଟେଟ୍ ଫୁଲ୍ରୁ ୨ ଜଣ ଅଛନ୍ତି ।
୩ ମୃତକଙ୍କ ମଧ୍ୟରୁ ବଲାଙ୍ଗୀର , ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି ।
ଉଲ୍ଲେଖଯୋଗ୍ୟ, ରବିବାର ସକାଳ ସୁଦ୍ଧା ରାଜ୍ୟରେ ୭୦,୧୨, ୮୯୩ କରୋନା ନମୁନା ପରୀକ୍ଷଣ ହୋଇଛି ।
୩,୩୦,୩୦୯ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୨୫, ୯୬୫ ଜଣ ସୁସ୍ଥ ହୋଇଛନ୍ତି ।
୨୪୦୮ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୮୮୩ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply