ଭୁବନେଶ୍ୱର, ଜାନୁଆରୀ ୭ (ଲୋକାଲ ୱାୟାର) : ଗତ ୨୪ ଘଣ୍ଟାରେ ରାଜ୍ୟର ୨୩ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍ରୁ ୨୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି ବୋଲି ଗୁରୁବାର ସ୍ୱାସ୍ଥ୍ୟ ବିଭାଗ କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୯୬ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।
୧୩୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୪, ବାଲେଶ୍ୱରରୁ ୧୦, ବରଗଡ଼ରୁ ୧୭, ଭଦ୍ରକରରୁ ୨, ବଲାଙ୍ଗିରରୁ ୧୮, ବୌଦ୍ଧରୁ ୨, କଟକରୁ ୧୨, ଦେବଗଡ଼ରୁ ୧, ଗଞ୍ଜାମରୁ ୪, ଜଗତସିଂହପୁରରୁ ୫, ଯାଜପୁରରୁ ୧୫, ଝାରସୁଗୁଡ଼ାରୁ ୧୪, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୧୨, ମୟୂରଭଞ୍ଜରୁ ୧୧, ନବରଙ୍ଗପୁରରୁ ୧, ନୂଆପଡ଼ାରୁ ୧୧, ପୁରୀରୁ ୧୦, ସମ୍ବଲପୁରରୁ ୧୫, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୩୦ ଏବଂ ଷ୍ଟେଟ୍ ଫୁଲ୍ରୁ ୨ ଜଣ ଅଛନ୍ତି ।
ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ୭୦ ବର୍ଷିୟ ପୁରୁଷ।
ଉଲ୍ଲେଖଯୋଗ୍ୟ, ଗୁରୁବାର ସକାଳ ସୁଦ୍ଧା ରାଜ୍ୟରେ ୭୦,୮୬, ୭୩୦ କରୋନା ନମୁନା ପରୀକ୍ଷଣ ହୋଇଛି ।
୩,୩୧,୧୫୧ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୨୭, ୦୦୮ ଜଣ ସୁସ୍ଥ ହୋଇଛନ୍ତି ।
୨୨୦୨ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୮୮୮ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply