ଭୁବନେଶ୍ୱର, ଡିସେମ୍ବର ୩୦ (ଲୋକାଲ ୱାୟାର) : ଗତ ୨୪ ଘଣ୍ଟାରେ ରାଜ୍ୟର ୨୮ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍ରୁ ୩୦୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ଘଟିଛି ବୋଲି ବୁଧବାର ସ୍ୱାସ୍ଥ୍ୟ ବିଭାଗ କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୧୩୧ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।
୩୦୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୬, ବାଲେଶ୍ୱରରୁ ୧୪, ବରଗଡ଼ରୁ ୨୫, ଭଦ୍ରକରୁ ୨, ବଲାଙ୍ଗିରରୁ ୧୬, ବୌଦ୍ଧରୁ ୩, କଟକରୁ ୨୩, ଦେବଗଡ଼ରୁ ୪, ଢେଙ୍କାନାଳରୁ ୨, ଗଞ୍ଜାମରୁ ୧, ଜଗତସିଂହପୁରରୁ ୯, ଯାଜପୁରରୁ ୧୬, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୫, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୧୭, ଖୋର୍ଦ୍ଧାରୁ ୨୩, କୋରାପୁଟରୁ ୧, ମୟୂରଭଞ୍ଜରୁ ୧୯, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୬, ନୂଆପଡ଼ାରୁ ୬, ପୁରୀରୁ ୧, ରାୟଗଡ଼ାରୁ ୧, ସମ୍ବଲପୁରରୁ ୨୮, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୨୮ ଏବଂ ଷ୍ଟେଟ୍ ଫୁଲ୍ରୁ ୬ ଜଣ ଅଛନ୍ତି ।
ମୃତକଙ୍କ ମଧ୍ୟରେ ଭଦ୍ରକ, ବଲାଙ୍ଗୀର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଉଲ୍ଲେଖଯୋଗ୍ୟ, ବୁଧବାର ସକାଳ ସୁଦ୍ଧା ରାଜ୍ୟରେ ୬୯, ୧୫, ୪୩୮ କରୋନା ନମୁନା ପରୀକ୍ଷଣ ହୋଇଛି ।
୩,୨୯,୩୦୬ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୨୪, ୭୭୫ ଜଣ ସୁସ୍ଥ ହୋଇଛନ୍ତି ।
୨୬୦୭ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୮୭୧ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply