ଭୁବନେଶ୍ୱର, ଡିସେମ୍ବର ୨୩ (ଲୋକାଲ ୱାୟାର) : ଗତ ୨୪ ଘଣ୍ଟାରେ ରାଜ୍ୟର ୨୫ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍ରୁ ୩୬୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ଘଟିଛି ବୋଲି ବୁଧବାର ସ୍ୱାସ୍ଥ୍ୟ ବିଭାଗ କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୧୫୪ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।
୩୬୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୬୪ ଜଣ ଥିବାବେଳେ ଅନୁଗୁଳରୁ ୨୫, ବାଲେଶ୍ୱରରୁ ୧୨, ବରଗଡ଼ରୁ ୧୬, ଭଦ୍ରକରୁ ୧୩, ବଲାଙ୍ଗିରରୁ ୨୨, କଟକରୁ ୨୧, ଗଜପତିରୁ ୨, ଗଞ୍ଜାମରୁ ୭, ଜଗତସିଂହପୁରରୁ ୪, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୫, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୧୩, ଖୋର୍ଦ୍ଧାରୁ ୪୨, କୋରାପୁଟରୁ ୩, ମୟୂରଭଞ୍ଜରୁ ୨୬, ନବରଙ୍ଗପୁରରୁ ୯, ନୟାଗଡ଼ରୁ ୧, ନୂଆପଡ଼ାରୁ ୧୧, ପୁରୀରୁ ୧୧, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୫, ସୋନପୁରରୁ ୧ ଏବଂ ଷ୍ଟେଟ୍ ଫୁଲ୍ରୁ ୧୦ ଜଣ ଅଛନ୍ତି ।
ଉଲ୍ଲେଖଯୋଗ୍ୟ, ବୁଧବାର ସକାଳ ସୁଦ୍ଧା ରାଜ୍ୟରେ ୬୭, ୦୦, ୫୨୪ କରୋନା ନମୁନା ପରୀକ୍ଷଣ ହୋଇଛି ।
୩,୨୭,୨୭୯ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୨୨, ୩୪୪ ଜଣ ସୁସ୍ଥ ହୋଇଛନ୍ତି ।
୩୦୩୬ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୮୪୬ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply