ଭୁବନେଶ୍ୱର, ଫେବ୍ରୁଆରୀ ୩ (ଲୋକାଲ ୱାୟାର) : ଗତ ୨୪ ଘଣ୍ଟାରେ ରାଜ୍ୟର ୧୮ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍ରୁ ୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବୁଧବାର ସ୍ୱାସ୍ଥ୍ୟ ବିଭାଗ କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୨୯ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।
୭୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨, ବାଲେଶ୍ୱରରୁ ୬, ବରଗଡ଼ରୁ ୬, ବଲାଙ୍ଗୀରରୁ ୨, ବୌଦ୍ଧରୁ ୧, କଟକରୁ ୬, ଢେଙ୍କାନାଳରୁ ୧, ଯାଜପୁରରୁ ୩, ଝାରସୁଗୁଡାରୁ ୧, କଳାହାଣ୍ଡିରୁ ୩, କେନ୍ଦ୍ରାପଡାରୁ ୧, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୭, ନୂଆପଡ଼ାରୁ ୫, ପୁରୀରୁ ୬, ରାୟଗଡ଼ାରୁ ୧, ସମ୍ବଲପୁରରୁ ୬, ସୁନ୍ଦରଗଡ଼ରୁ ୧୧ ଏବଂ ଷ୍ଟେଟ୍ ଫୁଲ୍ରୁ ୧ ଜଣ ଅଛନ୍ତି ।
ଉଲ୍ଲେଖଯୋଗ୍ୟ, ବୁଧବାର ସକାଳ ସୁଦ୍ଧା ରାଜ୍ୟରେ ୭୭,୭୪, ୪୭୭ କରୋନା ନମୁନା ପରୀକ୍ଷଣ ହୋଇଛି ।
୩,୩୫,୨୮୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୩୨, ୩୭୭ ଜଣ ସୁସ୍ଥ ହୋଇଛନ୍ତି ।
୯୪୬ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୯୦୬ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply