ଭୁବନେଶ୍ୱର, ଫେବ୍ରୁଆରୀ ୧ (ଲୋକାଲ ୱାୟାର) : ଗତ ୨୪ ଘଣ୍ଟାରେ ରାଜ୍ୟର ୧୯ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍ରୁ ୭୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୋମବାର ସ୍ୱାସ୍ଥ୍ୟ ବିଭାଗ କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୩୨ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।
୭୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୪, ବାଲେଶ୍ୱରରୁ ୭, ବରଗଡ଼ରୁ ୫, ବଲାଙ୍ଗିରରୁ ୨, ବୌଦ୍ଧରୁ ୧, କଟକରୁ ୪, ଗଜପତିରୁ ୨, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୧, କେନ୍ଦ୍ରପଡାରୁ ୧, ଖୋର୍ଦ୍ଧାରୁ ୧୪, ମୟୂରଭଞ୍ଜରୁ ୨, ନୂଆପଡ଼ାରୁ ୩, ପୁରୀରୁ ୪, ରାୟଗଡ଼ାରୁ ୧, ସମ୍ବଲପୁରରୁ ୪, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୧୦ ଏବଂ ଷ୍ଟେଟ୍ ଫୁଲ୍ରୁ ୩ ଜଣ ଅଛନ୍ତି ।
ଉଲ୍ଲେଖଯୋଗ୍ୟ, ସୋମବାର ସକାଳ ସୁଦ୍ଧା ରାଜ୍ୟରେ ୭୭,୩୧, ୭୫୯ କରୋନା ନମୁନା ପରୀକ୍ଷଣ ହୋଇଛି ।
୩,୩୫,୧୫୧ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୩୨, ୧୦୩ ଜଣ ସୁସ୍ଥ ହୋଇଛନ୍ତି ।
୧୦୮୯ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୯୦୬ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply