• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ଜଗନ୍ନାଥଙ୍କ ଅର୍ଥର ସୁରକ୍ଷା ନକରି ବିଜେପି କୁମ୍ଭୀର କାନ୍ଦଣା କାନ୍ଦୁଛି: ବିଜେଡି

ଜଗନ୍ନାଥଙ୍କ ଅର୍ଥର ସୁରକ୍ଷା ନକରି ବିଜେପି କୁମ୍ଭୀର କାନ୍ଦଣା କାନ୍ଦୁଛି: ବିଜେଡି

March 8, 2020 By LocalWire Leave a Comment

ଭୁବନେଶ୍ୱର, ମାର୍ଚ୍ଚ ୮(ଲୋକାଲ ୱାୟାର): ମହାପ୍ରଭୁ ଜଗନ୍ନାତଙ୍କ ଅର୍ଥର ସୁରକ୍ଷା ନ କରି ବିଜେପି କୁମ୍ଭୀର କାନ୍ଦଣା କାନ୍ଦୁଛି ବୋଲି ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି ।

ସେ କହିଛନ୍ତି, କେନ୍ଦ୍ର ସରକାରଙ୍କ ତାଲିକାରେ ରହିଛି ବ୍ୟାଙ୍କ୍‌ । ଭାରତ ସରକାରଙ୍କ ଅଧୀନରେ ଥିବା ଭାରତୀୟ ରିଜର୍ଭ ବ୍ୟାଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବ୍ୟାଙ୍କ୍‌ ଗୁଡ଼ିକ କାର୍ଯ୍ୟ କରିଥାଏ ।

ୟେସ୍‌ ବ୍ୟାଙ୍କ୍‌ ସିଡୁ୍ୟଲ ବ୍ୟାଙ୍କ୍‌ ହୋଇଥିବାବେଳେ କେନ୍ଦ୍ର ସରକାର ଓ ଭାରତୀୟ ରିଜର୍ଭ ବ୍ୟାଙ୍କ୍ ଦେଇଥିବା ସାର୍ବଭୌମତ୍ୱ ଗ୍ୟାରେଣ୍ଟିକୁ ଉପଭୋଗ କରୁଛି ।

ବିଜେପି ମୁଖପାତ୍ର ପୃଥୀରାଜ ହରିଚନ୍ଦନ ଏହା ଭଲଭାବେ ଜାଣିଥିଲେ ମଧ୍ୟ ମିଥ୍ୟା ଏବଂ ଅବାସ୍ତବ ମନ୍ତବ୍ୟ ଦେଇ ନିୟମିତ ଭାବେ ଲୋକଙ୍କୁ ବିଭ୍ରାନ୍ତ ଲାଗି ଉଦ୍ୟମ ଜାରି ରଖିଛନ୍ତି ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

ଶ୍ରୀ ମହାନ୍ତି କହିଛନ୍ତି ଯେ ୟେସ୍‌ ବ୍ୟାଙ୍କରେ ଜମା ଥିବା ଅର୍ଥର ସୁରକ୍ଷା ଓ ନିରାପତ୍ତାର ଦାୟିତ୍ୱ ହେଉଛି ବିଜେପି ପରିଚାଳିତ କେନ୍ଦ୍ର ସରକାରଙ୍କର ।

କାରଣ କେନ୍ଦ୍ର ସରକାର ହିଁ ଆଇନ୍‌ ଅନୁଯାୟୀ ଏଭଳି ବ୍ୟାଙ୍କ୍‌ ଗୁଡିକୁ ନିୟନ୍ତ୍ରଣ କରିଥାନ୍ତି ।

ଶ୍ରୀ ହରିଚନ୍ଦନ ଏହା ଭଲଭାବେ ଜାଣିଥିଲେ ମଧ୍ୟ ଏଠାରେ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ।

ୟେସ୍‌ ବ୍ୟାଙ୍କ୍‌ରେ ଗଚ୍ଛିତ ଥିବା ଜଗନ୍ନାଥ ମହାପ୍ରଭୁଙ୍କ ଅର୍ଥ ସହିତ ସାଧାରଣଲୋକଙ୍କ କୋଟି କୋଟି ଟଙ୍କାକୁ ମଧ୍ୟ କେନ୍ଦ୍ରରେ କ୍ଷମତାରେ ଥିବା ତାଙ୍କ ଦଳ ସୁରକ୍ଷା ଦେଇପାରି ନାହିଁ ।

ଏଠାରେ ସାମ୍ବାଦିକ ସମ୍ମିଳନୀ କରିବା ବଦଳରେ ଶ୍ରୀ ହରିଚନ୍ଦନ ନିଜ ଦଳର ଲୋକଙ୍କୁ ଧରି ଦିଲ୍ଲୀ ଯାଇ ସେଠାରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଭେଟି ଜଗନ୍ନାଥଙ୍କ ଅର୍ଥ କିଭଳି ସୁରକ୍ଷିତ ଭାବେ ଫେରିବ ତାହା ଉପରେ ପଦକ୍ଷେପ ନେବାକୁ ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି ପରାମର୍ଶ ଦେଇଛନ୍ତି ।

ବିଜେପି ପରିଚାଳିତ କେନ୍ଦ୍ର ସରକାରଙ୍କ ନିୟନ୍ତ୍ରଣରେ ଥିବା ୟେସ୍‌ ବ୍ୟାଙ୍କରେ ଗଚ୍ଛିତ ଶ୍ରୀଜଗନ୍ନାଥଙ୍କ ଅର୍ଥକୁ ଯଦି ସୁରକ୍ଷା ଦିଆନଯାଏ ତେବେ ଏଥିପାଇଁ ଓଡ଼ିଶାବାସୀ କେବେହେଲେ

ବିଜେପିକୁ କ୍ଷମା କରିବେ ନାହିଁ ବୋଲି ଶ୍ରୀ ମହାନ୍ତି ସତର୍କ କରାଇ ଦେଇଛନ୍ତି ।

ଲୋକାଲ ୱାୟାର

Filed Under: Odia, Politics, ରାଜନୀତି Tagged With: Politics, ଓଡିଶା, ରାଜନୀତି

Download LocalWire App for Hyperlocal  Odisha News any time anywhere

 

 

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire