• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ ମେରାକି ଅନୁଷ୍ଠିତ

ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ ମେରାକି ଅନୁଷ୍ଠିତ

December 20, 2019 By LocalWire Leave a Comment

ଭୁବନେଶ୍ୱର, ଡିସେମ୍ବର ୨୦(ଲୋକାଲ ୱାୟାର): ଭୁବନେଶ୍ୱରସ୍ଥିତ ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ ‘ମେରାକି’ ଶୁକ୍ରବାର ଆକର୍ଷଣୀୟ ନୃତ୍ୟଗୀତ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ।

କାର୍ଯ୍ୟକ୍ରମ ଆରମ୍ଭରେ ପାରମ୍ପରିକ ରୀତିରେ ବେଦମନ୍ତ୍ର ପାଠ ପରେ ଡିଏଭି ଗାନ କରାଯାଇଥିଲା । ପରେ ପରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ବାର୍ଷିକ ଉତ୍ସବର ଶୁଭ ଉଦଘାଟନ କରାଯାଇଥିଲା ।

ସମୂହ ସଂଗୀତ ଗାନ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା ।

ଉତ୍ସବରେ ମୁଖ୍ୟ ଅତିଥି ରୂପେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷର ଉପାଧ୍ୟକ୍ଷ ତଥା ଭୁବନେଶ୍ୱର ମହାନଗର ନିଗମର କମିଶନର ପ୍ରେମ୍‍ ଚନ୍ଦ୍ର ଚୌଧୁରୀ ଯୋଗଦାନ କରି ପରୀକ୍ଷା ଉପରେ ଗୁରୁତ୍ୱ ନ ଦେଇ ଜୀବନର ମୂଲ୍ୟକୁ ସାକାର କରିବା ପାଇଁ ସଙ୍କଳ୍ପବଧ ହେବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ ।

ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍‍ ମଦନମୋହନ ପଣ୍ଡା ଅଭିଭାଷଣରେ ଶୃଙ୍ଖଳିତ ଜୀବନଯାପନ କଲେ ଅନେକ ପୁରସ୍କାର ଓ ସମ୍ମାନର ଅଧିକାରୀ ବିଦ୍ୟାର୍ଥୀମାନେ ହୋଇପାରିବେ ବୋଲି କହିଥିଲେ ।

ଡିଏଭି ବିଦ୍ୟାଳୟ ସମୂହ-୧ର ଆଞ୍ଚଳିକ ଅଧିକାରୀ ଡ. କେ. ସି. ଶତପଥୀ ୪-ଜି ଅର୍ଥାତ୍‍ ମାତା, ପିତା, ଶିକ୍ଷକ ଓ ଗୁରୁଜନଙ୍କୁ ସମ୍ମାନ ଦେବା ଆଜିର ଛାତ୍ରଛାତ୍ରୀଙ୍କର ପରମଧର୍ମ ଓ କର୍ତ୍ତବ୍ୟ ବୋଲି କହିଥିଲେ ।

ବିଦ୍ୟାଳୟର ଅଧ୍ୟକ୍ଷା ଡ. ସୁଜାତା, ଚଳିତ ବର୍ଷର ବିବିଧ କାର୍ଯ୍ୟକ୍ରମ ତଥା କୃତିତ୍ୱ ସମ୍ବନ୍ଧୀୟ ବାର୍ଷିକ ବିବରଣୀ ପାଠ କରିଥିଲେ ।

ବିଦ୍ୟାଳୟର ବରିଷ୍ଠ ନିରୀକ୍ଷିକା ସ୍ମରଣିକା ପଟ୍ଟନାୟକ, ବସନ୍ତ ମଞ୍ଜରୀ ଶତପଥୀ, ଡିଏଭି ୟୁନିଟ୍‍-୮ର ଅଧ୍ୟକ୍ଷା ଈପସିତା ଦାସ, ଡିଏଭି କଳିଙ୍ଗନଗରର ଅଧ୍ୟକ୍ଷ ବିପିନ କୁମାର ସାହୁ, ଦୈନିକ ‘ସମାଜ’ର ମୁଖ୍ୟ ସଂଯୋଜକ ସୁରେଶ ଚନ୍ଦ୍ର ମନ୍ତ୍ରୀ ତଥା ଡିଏଭି ବିଦ୍ୟାଳୟ ସମୂହ -୧ ର ଅଧିକାଂଶ ଅଧ୍ୟକ୍ଷ ଅଧ୍ୟକ୍ଷା, ଶିକ୍ଷକ ଶିକ୍ଷୟିତ୍ରୀ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ ।

ପ୍ରାୟ ୬୦୦ ବିଦ୍ୟାର୍ଥୀଙ୍କ ଦ୍ୱାରା ଆକର୍ଷଣୀୟ ମନୋରଞ୍ଜନଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମକୁ ୩୦୦୦ରୁ ଊର୍ଦ୍ଧ୍ୱ ଦର୍ଶକ ମନଭରି ଉପଭୋଗ କରି କାର୍ଯ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ ।

ଲୋକାଲ ୱାୟାର

Filed Under: Odia, କାର୍ଯ୍ୟକ୍ରମ Tagged With: ଓଡିଶା, କାର୍ଯ୍ୟକ୍ରମ, ଭୁବନେଶ୍ୱର

Download LocalWire App for Hyperlocal  Odisha News any time anywhere

 

 

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକାଲ ୱାୟାର ନୂଆ ଡିଜାଇନ

ଲୋକପ୍ରିୟ

କୋଭିଡ-୧୯ ମହାମାରୀ ବିରୋଧରେ ଓଡିଶାର ଲଢେଇ: ଏକ ବିହଙ୍ଗାବଲୋକନ

କୋଭିଡ-୧୯ ନିୟନ୍ତ୍ରଣ ଓ ମୁକାବିଲାରେ ଦେଶର ଶୀର୍ଷ ଦୁଇଟି ରାଜ୍ୟ ମଧ୍ୟରେ ଥିବାରୁ କେନ୍ଦ୍ର ସରକାର ଓଡ଼ିଶାକୁ ପ୍ରଶଂସା କରିଛନ୍ତି ।

କୋଭିଡ-୧୯ ସଙ୍କଟକୁ ସଫଳ ଭାବେ ମୁକାବିଲା କରିଥିବା କେରଳ ଓ ଓଡ଼ିଶାକୁ ବିଶ୍ୱ ଅର୍ଥନୈତିକ ଫୋରମ ପ୍ରଶଂସା କରିଛି ।

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ଅଧିକ ବିଶେଷ ଖବର

Copyright © 2021 · LocalWire