• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ଦିଆଗଲା ଲଳିତ କଳା ଏକାଡେମୀ ଧର୍ମପଦ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନା

ଦିଆଗଲା ଲଳିତ କଳା ଏକାଡେମୀ ଧର୍ମପଦ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନା

November 29, 2020 By LocalWire Leave a Comment

ଭୁବନେଶ୍ୱର, ନଭେମ୍ବର ୨୯(ଲୋକାଲ ୱାୟାର): ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ୨୦୧୬ରୁ ୨୦୨୦ ମସିହା ୫ବର୍ଷର ୫ଜଣ ଶିଳ୍ପୀଙ୍କୁ ଦିଆଗଲା ଧର୍ମପଦ ପୁରସ୍କାର ।

ଏଥିସହିତ ୨୫ଜଣ ବରିଷ୍ଠ ଶିଳ୍ପୀଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଗଲା । ରବିବାର ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶିଳ୍ପୀମାନଙ୍କୁ ସମ୍ମାନିତ କରିଥିଲେ ।

ପ୍ରତ୍ୟେକ ଧର୍ମପଦ ପୁରସ୍କୃତ ଶିଳ୍ପୀଙ୍କୁ ଅଙ୍ଗବସ୍ତ୍ର, ଉପଢୌକନ, ମାନପତ୍ର ସହ ୫ଲକ୍ଷ ଟଙ୍କାର ଚେକ୍ ଓ ସମ୍ବର୍ଦ୍ଧିତ ଶିଳ୍ପୀମାନଙ୍କୁ ମଧ୍ୟ ଅଙ୍ଗବସ୍ତ୍ର, ଉପଢୌକନ, ମାନପତ୍ର ସହ ୧ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଥିଲେ ।

ଧର୍ମପଦ ପୁରସ୍କୃତ ଶିଳ୍ପୀମାନେ ହେଲେ, ୨୦୧୬ ପାଇଁ ବନବିହାରୀ ପରିଡ଼ା, ୨୦୧୭ ପାଇଁ ଶ୍ୟାମ ସୁନ୍ଦର ପଟ୍ଟନାୟକ, ୨୦୧୮ ପାଇଁ ଜଗଦୀଶ ଚନ୍ଦ୍ର କାନୁନଗୋ, ୨୦୧୯ ପାଇଁ ବିନୋଦ ମହାରଣା, ୨୦୨୦ ପାଇଁ ମହେନ୍ଦ୍ର ପ୍ରସାଦ ମହାପାତ୍ର ।

ସେହିପରି ସମ୍ବର୍ଦ୍ଧିତ ଶିଳ୍ପୀମାନେ ହେଲେ, ୨୦୧୬ ପାଇଁ ଚନ୍ଦ୍ର କୁମାର ସାମନ୍ତରାୟ, ଶରତ ଚନ୍ଦ୍ର ମହାନ୍ତି, ବସନ୍ତ କୁମାରୀ ସାମନ୍ତ, ବାଞ୍ଛାନିଧି ପଟ୍ଟନାୟକ, ଯୋଗେଶ ପ୍ରସାଦ ଦାନୀ, ୨୦୧୭ ପାଇଁ ରାଧାଶ୍ୟାମ ବିଶୋଇ, ଦେବେନ୍ଦ୍ର ଦାସ, ବନମାଳି ମହାପାତ୍ର, ଲାଲଟ ମୋହନ ପଟ୍ଟନାୟକ, ଡ. ଅଲେଖ ଚରଣ ସାହୁ, ୨୦୧୮ ପାଇଁ ଶ୍ରୀଧର ମହାରଣା, ଗୋକୁଳାନନ୍ଦ ଦାସ, ଟୁନେନ୍ଦ୍ର ପଟ୍ଟନାୟକ, କଳ୍ପତରୁ ମହାରଣା, ଅଶୋକ କୁମାର ମହାନ୍ତି, ୨୦୧୯ ପାଇଁ ଶ୍ରୀନିବାସ ପଢ଼ିହାରୀ, ଲକ୍ଷ୍ମୀଧର ରଣା, ବ୍ରଜକିଶୋର ଜେନା, ପ୍ରଶାନ୍ତ କୁମାର ଦାସ, ଗୌରାଙ୍ଗ ବାରିକ, ୨୦୨୦ ପାଇଁ ରବିନାରାୟଣ ରଥ, ବିଜୟ କୁମାର ପରିଡ଼ା, ପ୍ରଭାକର ମହାରଣା, ଦୀନବନ୍ଧୁ ମହାପାତ୍ର ଓ ବୃନ୍ଦାବନ ମହାରଣା ।

ଏହି କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସମ୍ମାନିତ ଅତିଥି, ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଓ ଏକାଡେମୀ ସଭାପତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ ।

ଏକାଡେମୀ ସଚିବ ଗଜେନ୍ଦ୍ର ପ୍ରସାଦ ସାହୁ କାର୍ଯ୍ୟକ୍ରମ ପରିଚାଳନା ସାଙ୍ଗକୁ ସ୍ୱାଗତ ଭାଷଣ ଓ ଧନ୍ୟବାଦ ଦେଇଥିଲେ ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire