• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ଦୂରରେ ଥିବା ଲୋକଙ୍କ ସତର୍କତା ପାଇଁ ହାତୀ ବେକରେ ଲାଗିବ ରେଡିଓ କଲାର୍

ଦୂରରେ ଥିବା ଲୋକଙ୍କ ସତର୍କତା ପାଇଁ ହାତୀ ବେକରେ ଲାଗିବ ରେଡିଓ କଲାର୍

December 12, 2019 By LocalWire Leave a Comment

ଭୁବନେଶ୍ବର, ଡିସେମ୍ବର ୧୨ (ଲୋକାଲ ୱାୟାର): ଉପଦ୍ରବ କରୁଥିବା ହାତୀଙ୍କ ଦାଉରୁ ଲୋକଙ୍କୁ ରକ୍ଷା କରିବା ପାଇଁ ସେମାନଙ୍କ ବେକରେ ରେଡିଓ କଲାର୍ ଲଗାଯିବ ବୋଲି ଚିଫ୍ ୱାଇଲ୍ଡ ଲାଇଫ୍ ୱାଡେନ୍ ହରିଶଙ୍କର ଉପଧ୍ୟାୟ ଗୁରୁବାର ସୂଚନା ଦେଇଛନ୍ତି ।

ଏଥିପାଇଁ ବନ ବିଭାଗ ସହାୟତାରେ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସାଇନ୍ସର ବୈଷୟିକ ବିଶେଷଜ୍ଞଙ୍କ ସହ ଆଲୋଚନା ହୋଇଛି ।

ବିଶେଷଜ୍ଞଙ୍କ ଦ୍ଵାରା ଏକ ନୂତନ ଇନଫ୍ରା ରେଞ୍ଜର୍ ଯନ୍ତ୍ର ପ୍ରସ୍ତୁତ କରାଯିବ, ଯାହାକୁ ହାତୀ ବେକରେ ଲଗାଯିବ ।

ବିଶେଷତଃ ଦନ୍ତା ରହୁଥିବା ଅଞ୍ଚଳ ଚିହ୍ନଟ କରାଯାଇ ସେମାନଙ୍କୁ ଟ୍ରାଙ୍କୁଲାଇଜ୍ କରାଯିବ ଓ ସେମାନଙ୍କ ବେକରେ ରେଡିଓ କଲାର୍ ସଂଯୋଗ ହେବ।

ସାଟେଲାଇଟ ଜରିଆରେ ସେମାନଙ୍କ ଉପରେ ନଜର ରଖାଯାଇ ସେମାନଙ୍କ ଗତିବିଧି ଅନୁସାରେ ଲୋକଙ୍କୁ ସତର୍କ କରାଯିବ ।

ଏହା ସଂପୂର୍ଣ୍ଣ ଜିପିଏସ୍ ସିଷ୍ଟମ୍ ହୋଇଥିବାବେଳେ ପ୍ରଥମେ ପରୀକ୍ଷାମୂଳକ ଭାବେ ୪-୫ଟି ହାତୀଙ୍କ ଉପରେ ଏହାକୁ ଉପଯୋଗ କରାଯିବ ବୋଲି ଚିଫ୍ ୱାଇଲ୍ଡ ଲାଇଫ୍ ୱାଡେନ୍ କହିଛନ୍ତି ।

ସୂଚନାଯୋଗ୍ୟ, ବର୍ତ୍ତମାନ ରାଜ୍ୟରେ ୧୯୭୬ଟି ହାତୀ ଅଛନ୍ତି ।

ଲୋକାଲ ୱାୟାର୍

Filed Under: Odia Tagged With: Wild Animals, ଓଡିଶା

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକାଲ ୱାୟାର ନୂଆ ଡିଜାଇନ

ଲୋକପ୍ରିୟ

କୋଭିଡ-୧୯ ମହାମାରୀ ବିରୋଧରେ ଓଡିଶାର ଲଢେଇ: ଏକ ବିହଙ୍ଗାବଲୋକନ

କୋଭିଡ-୧୯ ନିୟନ୍ତ୍ରଣ ଓ ମୁକାବିଲାରେ ଦେଶର ଶୀର୍ଷ ଦୁଇଟି ରାଜ୍ୟ ମଧ୍ୟରେ ଥିବାରୁ କେନ୍ଦ୍ର ସରକାର ଓଡ଼ିଶାକୁ ପ୍ରଶଂସା କରିଛନ୍ତି ।

କୋଭିଡ-୧୯ ସଙ୍କଟକୁ ସଫଳ ଭାବେ ମୁକାବିଲା କରିଥିବା କେରଳ ଓ ଓଡ଼ିଶାକୁ ବିଶ୍ୱ ଅର୍ଥନୈତିକ ଫୋରମ ପ୍ରଶଂସା କରିଛି ।

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ଅଧିକ ବିଶେଷ ଖବର

Copyright © 2021 · LocalWire