• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics

ନିର୍ବାଚନ ଅନିୟମିତତା ମାମଲାରେ ୩ ଶିକ୍ଷକ ନିଲମ୍ବିତ, ୩ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍

December 7, 2019 By LocalWire Leave a Comment

ବାଲେଶ୍ବର, ଡିସେମ୍ବର ୭(ଲୋକାଲ ୱାୟାର): ସଦ୍ୟସମାପ୍ତ ଶ୍ରଦ୍ଧାପୁର ପଞ୍ଚାୟତ ଉପନିର୍ବାଚନରେ ଦୁଇଟି ବୁଥ ଜବରଦଖଲ ଓ ପରିଚାଳନାଗତ ତ୍ରୁଟି ଅଭିଯୋଗରେ ଦାୟିତ୍ବରେ ଥିବା ତିନି ଜଣ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଥିବାବେଳେ ଆଉ ତିନି ଜଣଙ୍କୁ କାରଣଦର୍ଶାଅ ନୋଟିସ୍ ଜାରି କରାଯାଇଛି।

ଗତ ୨୭ ତାରିଖ କନ୍ୟାନଗରୀ ଓ ଖଦିବିଲରେ ପୋଲିଂ ପ୍ରକ୍ରିୟାରେ ସାମିଲ ଥିବା ଏହି ଛଅ ଜଣ ଶିକ୍ଷକଙ୍କ ବିରୋଧରେ ବାଲେଶ୍ବର ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

ଉପନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସରିଥିଲେ ମଧ୍ୟ ବ୍ଲକ୍ କାର୍ଯ୍ୟାଳୟରେ ବ୍ୟାଲଟ୍ ବକ୍ସ ପହଞ୍ଚିବା ପରେ ଉତ୍ତେଜନା ଦେଖାଦେଇଥିଲା।

କିଛି ଲୋକ ବ୍ଲକ୍ କାର୍ଯ୍ୟାଳୟକୁ ଯାଇ ଦୁଇ ବୁଥରେ ଅନିୟମିତତା ଅଭିଯୋଗ କରିଥିଲେ।

ଉପଜିଲ୍ଲାପାଳ ନିଲୁ ମହାପାତ୍ରଙ୍କ ରିପୋର୍ଟକୁ ଭିତ୍ତିକରି ଜିଲ୍ଲାପାଳ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବାବେଳେ ସଂପୃକ୍ତ ବୁଥଗୁଡ଼ିକରେ ନଭେମ୍ବର ୨୯ରେ ପୁଣି ଥରେ ଭୋଟ୍ ହୋଇଥିଲା।

ସୂଚନା ଅନୁସାରେ, ଶ୍ରୀଦୁର୍ଗା ପଲ୍ଲୀଭୂମି ହାଇସ୍କୁଲ ଶିକ୍ଷକ କମଳଲୋଚନ ପାତ୍ର, ଦଇନନିଧିବନ୍ଧୁ ଉଚ୍ଚ ପ୍ରଥମିକ ବିଦ୍ୟାଳୟର ଶିକ୍ଷକ ସୁକୁମାର ମହାନ୍ତି ଓ କଲ୍ୟାଣପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ତାପସ ସିଂଙ୍କୁ ଜିଲ୍ଲାପାଳ ନିଲମ୍ବିତ କରିଛନ୍ତି।

ସେହିପରି ଅଣାଲିଆ ସ୍କୁଲର ଶିକ୍ଷକ ଚିତ୍ତରଂଜନ ସାହୁ, ବାଗାରୁଖି ସ୍କୁଲର ଶିକ୍ଷକ ତପନ ପ୍ରଧାନ ଓ ରାସଲପୁର କ୍ଲଷ୍ଟର ସେଣ୍ଟର୍ ସଂଯୋଜକ ଅବନ୍ତୀ ଜେନାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି।

ଲୋକାଲ ୱାୟାର

Filed Under: Odia, ଘଟଣା Tagged With: ଓଡିଶା, ଘଟଣା, ବାଲେଶ୍ବର

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକାଲ ୱାୟାର ନୂଆ ଡିଜାଇନ

ଲୋକପ୍ରିୟ

କୋଭିଡ-୧୯ ମହାମାରୀ ବିରୋଧରେ ଓଡିଶାର ଲଢେଇ: ଏକ ବିହଙ୍ଗାବଲୋକନ

କୋଭିଡ-୧୯ ନିୟନ୍ତ୍ରଣ ଓ ମୁକାବିଲାରେ ଦେଶର ଶୀର୍ଷ ଦୁଇଟି ରାଜ୍ୟ ମଧ୍ୟରେ ଥିବାରୁ କେନ୍ଦ୍ର ସରକାର ଓଡ଼ିଶାକୁ ପ୍ରଶଂସା କରିଛନ୍ତି ।

କୋଭିଡ-୧୯ ସଙ୍କଟକୁ ସଫଳ ଭାବେ ମୁକାବିଲା କରିଥିବା କେରଳ ଓ ଓଡ଼ିଶାକୁ ବିଶ୍ୱ ଅର୍ଥନୈତିକ ଫୋରମ ପ୍ରଶଂସା କରିଛି ।

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ଅଧିକ ବିଶେଷ ଖବର

Copyright © 2021 · LocalWire