• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ପାରାଦୀପ ଅନ୍ତର୍ଜାତୀୟ କାର୍ଗୋ ଟର୍ମିନାଲରେ ପହଞ୍ଚିଲା ସୁପରକ୍ରିଟିକାଲ ଓଡିସି

ପାରାଦୀପ ଅନ୍ତର୍ଜାତୀୟ କାର୍ଗୋ ଟର୍ମିନାଲରେ ପହଞ୍ଚିଲା ସୁପରକ୍ରିଟିକାଲ ଓଡିସି

January 29, 2021 By Amarnath Parida Leave a Comment

ପାରାଦୀପ, ଜାନୁଆରୀ ୨୯ (ଲୋକାଲ ୱାୟାର): ଏଲ ଆଣ୍ଡ ଟି ଦ୍ୱାରା ପ୍ରସ୍ତୁତ ୩୫୨୨ ମେଟ୍ରିକ ଟନର ସୁପର କ୍ରିଟିକାଲ ଓଡିସି ଅଦାନୀ ହାଜିରା ବନ୍ଦରରୁ ଜୁମ୍ବୋ ଫେୟାରପାର୍ଟନର ମାଲବାହୀ ଜାହାଜ ଯୋଗେ ଆସି ପାରାଦୀପ ଅନ୍ତର୍ଜାତୀୟ କାର୍ଗୋ ଟର୍ମିନାଲ (ପିଆଇସିଟି)ରେ ପହଁଚିଛି ।

କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ବାଷ୍ପ ଓ ଇସ୍ପାତ ମନ୍ତ୍ରୀ ଜାନୁୟାରୀ ୪ରେ ସୁପରକ୍ରିଟିକାଲ ଉପକରଣଗୁଡ଼ିକର ଫ୍ଲାଗ-ଅଫ କରିଥିଲେ ।

ଏହି ଅବସରରେ ଇଣ୍ଡିଆନ ଅଏଲର ଅଧ୍ୟକ୍ଷ ଏସ.ଏମ. ବୈଦ୍ୟ ଓ ଏଲ ଆଣ୍ଡ ଟି ସିଇଓ ଓ ଏମଡି ଏସ ଏନ ସୁବ୍ରମଣ୍ୟମ ଉପସ୍ଥିତ ଥିଲେ ।

ଜାନୁଆରୀ ୨୮ରେ ପାରାଦୀପ ରିଫାଇନାରୀର କାର୍ଯ୍ୟକାରୀ ନିଦେ୍ର୍ଦଶକ ଓ ରିଫାଇନାରୀ ମୁଖ୍ୟ ଟିଡିଭିଏସ ଗୋପାଳକ୍ରିଷ୍ଣା ପତାକା ଦେଖାଇ ଜାହାଜକୁ ସ୍ୱାଗତ କରିଥିଲେ ।

ଏହି ଅବସରରେ ପାରାଦୀପ ରିଫାଇନାରୀ, ଆଇଓସିଏଲ, ଏଲ ଆଣ୍ଡ ଟି, ପିଆଇସିଟି, ପିଏମସିର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।

ଓଡିସି ପହଞ୍ଚିବା ଏମଇଜି ପ୍ରକଳ୍ପର ଅଗ୍ରଗତି ପାଇଁ ମାଇଲଖୁଣ୍ଟ ସଦୃଶ । ପାରାଦୀପକୁ ପେଟ୍ରୋଲିୟମ, ବୟନଶିଳ୍ପ ଓ ପେଟ୍ରୋକେମିକାଲ ଭିତିକ ଶିଳ୍ପର ହବ ଭାବେ ଗଢି ତୋଳିବା ସାଙ୍ଗକୁ ଓଡ଼ିଶାର ଉନ୍ନତି ପାଇଁ ସୁଯୋଗ ସୃଷ୍ଟି କରିବାରେ ଏମଇଜି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇବ ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, ପାରାଦୀପ

Download LocalWire App for Hyperlocal  Odisha News any time anywhere

 

 

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire