• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ଫାଇଭ୍-ଟି ସଚିବଙ୍କ ଭିତରକନିକା ଗସ୍ତ, ଇକୋ-ଟୁରିଜିମର ବିକାଶ ନେଇ ଚର୍ଚ୍ଚା

ଫାଇଭ୍-ଟି ସଚିବଙ୍କ ଭିତରକନିକା ଗସ୍ତ, ଇକୋ-ଟୁରିଜିମର ବିକାଶ ନେଇ ଚର୍ଚ୍ଚା

February 10, 2020 By Ashis Senapati Leave a Comment

କେନ୍ଦ୍ରାପଡ଼ା, ଫେବ୍ରୁଆରି ୧୦ (ଲୋକାଲ ୱାୟାର): ସୋମବାର ଫାଇଭ୍-ଟି ସଚିବ ଭି. କାର୍ତ୍ତିକେୟନ୍ ପାଣ୍ଡିଆନ୍, ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଓ ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ଦେଶର ସର୍ବବୃହତ୍ ଲୁଣା ଜଙ୍ଗଲ ଭିତରକନିକା ଗସ୍ତ କରି ସୋମବାର ଇକୋ-ଟୁରିଜମର ବିକାଶ ଲାଗି ବିଭିନ୍ନ ଯୋଜନା ସଂପର୍କରେ ଆଲୋଚନା କରିଛନ୍ତି।

ଭିତରକନିକା ଜାତୀୟ ଉଦ୍ୟାନ ନିକଟ ଖମାରସାହି ହେଲିପ୍ୟାଡରେ ଏହି ପ୍ରଶାସନିକ ଅଧିକାରୀମାନେ ପହଞ୍ଚି କୁମ୍ଭୀର ପ୍ରଜନନ ସ୍ଥଳ ଡାଙ୍ଗମାଳ ପରିଦର୍ଶନ କରିଥିଲେ।

ସେମାନେ ଜିଲ୍ଲା ସ୍ତରର ବରିଷ୍ଠ ପ୍ରଶାସନିକ ଅଧିକାରୀମାନଙ୍କ ସହ ଭିତରକନିକା ଓ ଗହିରମଥାର ବିକାଶ ସଂପର୍କରେ ଆଲୋଚନା କରିଥିଲେ।

ଏହିସବୁ ସ୍ଥାନରେ ଇକୋ-ଟୁରିଜିମର ବିକାଶ ହେଲେ ଏହି ଜାତୀୟ ଉଦ୍ୟାନ ଆଖପାଖରେ ଥିବା ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିବା ସହ ଏହି ଅଂଚଳରେ ଭିତ୍ତିଭୂମିର ଆହୁରି ବିକାଶ ହୋଇପାରିବ ବୋଲି ଏହି ଅବସରରେ କେନ୍ଦ୍ରକାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି।

ସୂଚନାଯୋଗ୍ୟ, ପଶ୍ଚିମବଙ୍ଗର ସୁନ୍ଦରବନ ପରେ ଭିତରକନିକା ହେଉଛି ଦେଶର ଦେଶର ଦ୍ବିତୀୟ ବୃହତ୍ତମ ଲୁଣାଜଙ୍ଗଲ।

ସେହିପରି ଏଠାରେ ପ୍ରାୟ ୧୭୦୦ କୁମ୍ଭୀର ସାଙ୍ଗକୁ ବିଭିନ୍ନ ପ୍ରଜାତିର ଶହ ଶହ ପକ୍ଷୀ, ହରିଣ, ସାପ ଓ ଅନ୍ୟ ଜୀବଜନ୍ତୁ ରହନ୍ତି।

ଏଥିସହିତ ଏହି ଅଂଚଳରେ ଐତିହାସିକ ରାଜକନିକା ରାଜବାଟୀ, କବାଟବିହୀନ ଗାଁ ସିଆଳିଆ ଏବଂ ବହୁ ପୁରାତନ ହୁକିଟୋଲା ଦ୍ବୀପ ରହିଛି।

ଲୋକାଲ୍ ଓ୍ବାୟାର୍

Filed Under: Government, Odia Tagged With: Government, ଓଡିଶା, କେନ୍ଦ୍ରାପଡା, ଭିତରକନିକା

Download LocalWire App for Hyperlocal  Odisha News any time anywhere

 

 

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire