ବଲାଙ୍ଗିର, ନଭେମ୍ବର ୧୯(ଲୋକାଲ ୱାୟାର): ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ୭ଟି କ୍ଷୁଦ୍ର ଚଳଚ୍ଚିତ୍ର ସଫଳତା ପାଇବା ପରେ ଏକ ବଡ଼ ୱେବ ସିରିଜ ମୁକ୍ତିଲାଭ ଅପେକ୍ଷାରେ ରହିଛି ।
ଓଡ଼ିଶାର ପ୍ରଖ୍ୟାତ ଫିଲ୍ମ ନିର୍ଦେଶକ ତଥା ଅଭିନେତା ଚିତ୍ତରଂଜନ ତ୍ରିପାଠୀ ଏଥିରେ ମୁଖ୍ୟ ଭୂମିକାରେ ଅବତୀର୍ଣ୍ଣ ହେବେ ।
ଏହା ସହ ବଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରଖ୍ୟାତ ଅଭିନେତା ମୁସ୍ତାଖ ଖାନ, ମେହେକ ମନୱାନୀ ବିଭିନ୍ନ ଚରିତ୍ରରେ ଆସିବେ ।
ଏହି ୱେବ ସିରିଜ ଓଟିଟି ପ୍ଲାଟଫର୍ମରେ ମୁକ୍ତିଲାଭ କରିବ । ଏ ସମ୍ପର୍କରେ ବଲାଙ୍ଗିର ବଲିଉଡ ନିଦେ୍ର୍ଦଶକ ଜ୍ୟୋତି ପ୍ରକାଶ ସୂଚନା ଦେଇଛନ୍ତି ।
ଝୋଲାଛାପ୍ ସିରିଜରେ ଭାରତୀୟ ଗ୍ରାମୀଣ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବାର ପ୍ରକୃତ ଚିତ୍ର ଉପରେ ଚିତ୍ରଣ କରାଯାଇଛି ।
ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ଅନେକ ଗାଁ ରହିଛି ଯେଉଁଠି ସ୍ୱାସ୍ଥ୍ୟ ସେବା ଅପହଞ୍ଚ ହୋଇ ରହିଛି ।
ଏହାର ସୁଯୋଗ ନେଇ ଅନେକ ଅପାଠୁଆ ଡାକ୍ତର(କ୍ୱାକ)ଙ୍କ ଦ୍ୱାରା ଲୋକେ ଚିକିତ୍ସିତ ହୋଇ ଆସୁଛନ୍ତି, ଯାହାର ପରିଣାମ ପରବର୍ତ୍ତୀ ସମୟରେ ସାଂଘାତିକ ରୂପ ଧାରଣ କରେ ।
ଝୋଲାଛାପ୍ ସିରିଜରେ ତାକୁ ନେଇ ଚିତ୍ର ଓ ଚରିତ୍ର ଗୁଡିକ ଗତିଶୀଳ ହୋଇଛି । କାହାଣୀର ମୁଖ୍ୟ ଉଦେଶ୍ୟ ଲୋକମାନଙ୍କୁ ଏହି ସିରିଜ ଜରିଆରେ ଜନସଚେତନା ସୃଷ୍ଟି ବୋଲି ନିର୍ଦେଶକ ସୂଚନା ଦେଇଛନ୍ତି ।
ସେହିପରି କୋଭିଡ-୧୯ କଟକଣା ଯୋଗୁଁ ଚଳିତ ବର୍ଷ ହେବାକୁ ବିଭିନ୍ନ ଫିଲ୍ମ ବାତିଲ କରାଯାଇଛି ।
ତେବେ ଆସନ୍ତା ବର୍ଷ ଓଡ଼ିଶାରେ ବଲିଉଡ ଫିଲ୍ମ ନିର୍ମାଣ କରିବାର ଯୋଜନା ରହିଛି । ଏହି ଅଞ୍ଚଳର କଳା, ସଂସ୍କୃତିକୁ ନେଇ ନିର୍ମିତ ହେବାକୁ ଥିବା ବଲିଉଡ ଫିଲ୍ମରେ ସ୍ଥାନୀୟ କଳାକାରମାନଙ୍କୁ ବିଶେଷ ସୁଯୋଗ ଦିଆଯିବ ।
ଏହା ଉଭୟ ବଲାଙ୍ଗିର ଓ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ସୁଟିଂ ହେବ । ଏଥି ପାଇଁ ସ୍ୱତନ୍ତ୍ର ଭାବେ ଅଡିସନ କରାଯିବ ଓ ସେଥିରୁ ଚୟନ ହୋଇଥିବା କଳାକାରମାନେ ବଲିଉଡର ବରିଷ୍ଠ କଳାକାରମାନଙ୍କ କାମ କରିବାର ସୁଯୋଗ ପାଇପାରିବେ ବୋଲି ନିର୍ଦେଶକ କହିଛନ୍ତି ।
ଜ୍ୟୋତି ପ୍ରକାଶ ହେଉଛନ୍ତି ବଲାଙ୍ଗିର ମାଟିର ପୁଅ । ସେ ତାଙ୍କର ଶିକ୍ଷା ଜବାହାର ନବୋଦୟ ବିଦ୍ୟାଳୟ ବେଲପଡା ଓ ପରେ ସମ୍ବଲପୁର ଜିଏମ କଲେଜରେ ବିଜ୍ଞାନ ବିଭାଗରେ ସ୍ନାତକ କରିଥିଲେ ।
ପରେ ଭାରତୀୟ ବାୟୁସେନାରେ ଯୋଗ ଦେଇଥିଲେ । ଦୀର୍ଘ ବର୍ଷ ଧରି ସେବା ଦେଲା ପରେ ସେବା ନିବୃତ୍ତ ହୋଇଥିଲେ ।
୨୦୧୭ ମସିହାରେ ମହେଶ ଭଟ୍ଟଙ୍କ ଠାରୁ ନିଦେ୍ର୍ଦଶନା ପାଠ୍ୟ ଶିିକ୍ଷାଲାଭ ପରେ କ୍ଷୁଦ୍ର ଚଳଚ୍ଚିତ୍ର ଜଗତରେ ନିଦେ୍ର୍ଦଶନା ପାଇଁ ପାଦ ଥାପିଥିଲେ ।
ଯାହା ବିଗତ ଦିନରେ ଅନେକ ସଫଳତା ହାସଲ କରିଛି । ଏବେ ବଡ଼ ପ୍ରୋଜେକ୍ଟ ପାଇଁ ପ୍ରସ୍ତୁତ ହେଉଥିବା ଜ୍ୟୋତି ପ୍ରକାଶ କହିଛନ୍ତି ।
ଲୋକାଲ ୱାୟାର
Leave a Reply