ଭୁବନେଶ୍ୱର, ଜାନୁଆରୀ ୨୦(ଲୋକାଲ ୱାୟାର): ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଯେପରି ଅଧିକ ଲୋକ ସାମିଲ ହୋଇପାରିବେ ସେ ଦିଗରେ ପଦକ୍ଷେପ ନେବାକୁ ମଙ୍ଗଳବାର ରାଜ୍ୟରେ ସ୍ୱାସ୍ଥ୍ୟସେବାର ଉନ୍ନତୀକରଣ ପାଇଁ ଅନୁଷ୍ଠିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଦେ୍ର୍ଦଶ ଦେଇଛନ୍ତି ।
ବୈଠକରେ ମୁଖ୍ୟମନ୍ତ୍ରୀ ନୂଆ ମେଡିକାଲ କଲେଜ ଗୁଡ଼ିକର ଭିତ୍ତିଭୂମି ବିକାଶ ଏବଂ ୫ ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ୬ ମୁଖ୍ୟ ଚିକିତ୍ସାଳୟର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ ।
ତୁରନ୍ତ ୨ ହଜାର ଡାକ୍ତର ପଦବୀ ପୂରଣ ନିମନ୍ତେ ପଦକ୍ଷେପ ନେବାକୁ ମଧ୍ୟ ନିର୍ଦେଶ ଦେଇଥିଲେ ।
ଲୋକାଲ ୱାୟାର
Leave a Reply