ଭୁବନେଶ୍ୱର, ଜାନୁଆରୀ ୯(ଲୋକାଲ ୱାୟାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶର ମହିଳାଙ୍କୁ ସଶକ୍ତିକରଣ କରିବା ଦିଗରେ ନିଆଯାଇଥିବା ପଦକ୍ଷେପ ଓ ସହାୟତା ଉପରେ ଭାରତ ସରକାରଙ୍କ ଦ୍ୱାରା ଲିଖିତ ଓଡ଼ିଆ ଅନୁବାଦ ପୁସ୍ତକ “ଭାରତୀୟ ମହିଳା – ଆହ୍ୱାନ ଉପରେ ବିଜୟ, ପ୍ରତିବନ୍ଧକର ବିନାଶ” କୁ ଶନିବାର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ଗହଣରେ ଉନ୍ମୋଚନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏହି ଅବସରରେ ଶ୍ରୀ ପ୍ରଧାନ ଏହି ପୁସ୍ତକ ଜରିଆରେ ଓଡିଶାର ମହିଳା ମାନଙ୍କ ପ୍ରତି ଥିବା ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱକୁ ରାଜ୍ୟର ସବୁ ମାଆ ଭଉଣୀଙ୍କ ପାଖରେ ପହଞ୍ଚାଇବାକୁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଛନ୍ତି ।
ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ କେବଳ ମହିଳାଙ୍କ ବିକାଶ ହେଉନାହିଁ ବରଂ ଦେଶର ବିକାଶ ନେତୃତ୍ୱ ମହିଳାଙ୍କ ହାତରେ ପହଁଚୁଛି ।
ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାର ମାଆ-ଭଉଣୀଙ୍କୁ ସମ୍ମାନ ସହ ତାଙ୍କର ହକ୍ ଓ ଅଧିକାର ଦେଇଛନ୍ତି ।
ମୋଦି ସରକାରରେ ଓଡ଼ିଶା ସମେତ ଭାରତବର୍ଷରେ ମହିଳାମାନେ ଅଧିକ ଲାଭ ହୋଇଛନ୍ତି ।
ମୋଦି ସରକାରରେ ଓଡ଼ିଶାରେ ୭୭ ଲକ୍ଷ ୧୪ ହଜାର ୮୦୯ଟି ଘର ସହ ଶୌଚାଳୟ ନିର୍ମାଣ କରାଯାଇ ମହିଳାଙ୍କୁ ସମ୍ମାନ ଦିଆଯାଇଛି ।
ସେହିପରି କରୋନା ସମୟରେ ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନାରେ ୪୭ ଲକ୍ଷରୁ ଉଦ୍ଧ୍ୱର୍ ହିତାଧିକାରୀଙ୍କୁ ମାଗଣାରେ ୩ଟି ଏଲପିଜି ସିଲିଣ୍ଡରର ବ୍ୟବସ୍ଥା ହୋଇଥିବା ବେଳେ ଓଡ଼ିଶାକୁ କରୋନା ସମୟରେ ୪୪୦ କୋଟି ଟଙ୍କା ବ୍ୟୟରେ ୬୮.୭୯ ଲକ୍ଷ ଏଲପିଜି ସିଲିଣ୍ଡର ଦିଆଯାଇଛି ।
ରାଜ୍ୟର ୮୫.୨୦ ଲକ୍ଷ ଜନଧନ ଆକାଉଣ୍ଟଧାରୀ ମହିଳାଙ୍କୁ ୧୨୫୮.୨୦ କୋଟି ଟଙ୍କା ବ୍ୟାଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରାଯାଇଛି ।
ଲୋକାଲ ୱାୟାର
Leave a Reply