• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ଭାଷା ପ୍ରତିଷ୍ଠାନ ପ୍ରତିଷ୍ଠା ଦିବସରେ ପୁନଃ ପ୍ରକାଶ ପାଇଲା ‘ଶିଶୁଲେଖା’

ଭାଷା ପ୍ରତିଷ୍ଠାନ ପ୍ରତିଷ୍ଠା ଦିବସରେ ପୁନଃ ପ୍ରକାଶ ପାଇଲା ‘ଶିଶୁଲେଖା’

April 2, 2021 By LocalWire Leave a Comment

ଭୁବନେଶ୍ୱର, ଏପ୍ରିଲ ୨(ଲୋକାଲ ୱାୟାର): ଉତ୍କଳ ଦିବସ ଭଳି ପବିତ୍ର ଦିବସରେ ୨୦୦୬ ମସିହାରେ ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ଓ ସର୍ବାଙ୍ଗୀନ ଉନ୍ନତି ପାଇଁ ପ୍ରତିଷ୍ଠା ହୋଇଥିଲା ଓଡ଼ିଆ ଭାଷା ପ୍ରତିଷ୍ଠାନ ।

ଆଜି ଏହି ଅନୁଷ୍ଠାନଟି ୧୬ ବର୍ଷରେ ପଦାର୍ପଣ କରିଛି । ଏହି ଅବସରରେ ପ୍ରତିଷ୍ଠାନ ତରଫରୁ ଏକ ଆଲୋଚନାସଭା ସଂସ୍କୃତି ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।

ଏହି ପବିତ୍ର ଦିବସ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ପୂର୍ବରୁ ବହୁ ଲୋକପ୍ରିୟତା ସାଉଣ୍ଟିଥିବା ‘ଶିଶୁଲେଖା’ ପତ୍ରିକା ପୁନଃ ପ୍ରକାଶ ପାଇ ଉନ୍ମୋଚିତ ହୋଇଛି ।

ସ୍ୱତନ୍ତ୍ର ଉକ୍ରଳ ପ୍ରଦେଶ ଗଠନର ୮୫ବର୍ଷ ପୂର୍ତ୍ତି ତଥା ପୂଜ୍ୟ ବାପୁଜୀଙ୍କ ଓଡ଼ିଶା ଆଗମନର ଶହେ ବର୍ଷ ପୂର୍ତ୍ତି ଅବସରରେ ଏହି ‘ଶିଶୁଲେଖା’ ପତ୍ରିକାର ଏକ ସ୍ୱତନ୍ତ୍ର ସଂସ୍କରଣ ରାଜ୍ୟର ଅଗଣିତ ଶିଶୁମାନଙ୍କ ଉଦେ୍ଦଶ୍ୟରେ ସମର୍ପିତ ।

କାର୍ଯ୍ୟକ୍ରମର ଉଦଘାଟକ ଭାବେ ବିଭାଗୀୟ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇଥିଲେ ।

ପତ୍ରିକାର ସମ୍ପାଦକମଣ୍ଡଳୀ, ଚିତ୍ରଶିଳ୍ପୀ ଓ ପ୍ରତିଷ୍ଠାନକୁ ସେ ଶୁଭେଚ୍ଛା ଏବଂ ସାଧୁବାଦ ପ୍ରଦାନ କରିଥିଲେ ।

ମୁଖ୍ୟ ଅତିଥି ଭାବରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଯୋଗଦେଇଥିଲେ ।

ସମ୍ମାନିତ ଅତିଥି ଭାବରେ ବିଶିଷ୍ଟ କବି ଏବଂ ଅବସରପ୍ରାପ୍ତ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ରବିନାରାୟଣ ସେନାପତି, ମୁଖ୍ୟ ବକ୍ତା ଭାବରେ ବିଶିଷ୍ଟ ଭାଷାବିତ୍ ଡ. ଅରବିନ୍ଦ ପଟ୍ଟନାୟକ ଯୋଗଦେଇଥିଲେ ।

‘ଶିଶୁଲେଖା ଉନ୍ମୋଚନ ସମୟରେ ଶିଶୁ ଏବଂ ଶିଶୁ ସାହିତ୍ୟ ଲେଖକ ଦାଶ ବେନହୁର ଯୋଗଦେଇଥିଲେ ।

ଭାଷା ପ୍ରତିଷ୍ଠାନର ନିଦେ୍ର୍ଦଶକ ଡ. ଭାଗ୍ୟଲିପି ମଲ୍ଲ ସ୍ୱାଗତ ଭାଷଣ ଦେବା ସହିତ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ । ପ୍ରତିଷ୍ଠାନର କାର୍ଯ୍ୟାଳୟ ତତ୍ତ୍ୱାବଧାରକ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଦେଇଥିଲେ ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, ଭୁବନେଶ୍ୱର

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକାଲ ୱାୟାର ନୂଆ ଡିଜାଇନ

ଲୋକପ୍ରିୟ

କୋଭିଡ-୧୯ ମହାମାରୀ ବିରୋଧରେ ଓଡିଶାର ଲଢେଇ: ଏକ ବିହଙ୍ଗାବଲୋକନ

କୋଭିଡ-୧୯ ନିୟନ୍ତ୍ରଣ ଓ ମୁକାବିଲାରେ ଦେଶର ଶୀର୍ଷ ଦୁଇଟି ରାଜ୍ୟ ମଧ୍ୟରେ ଥିବାରୁ କେନ୍ଦ୍ର ସରକାର ଓଡ଼ିଶାକୁ ପ୍ରଶଂସା କରିଛନ୍ତି ।

କୋଭିଡ-୧୯ ସଙ୍କଟକୁ ସଫଳ ଭାବେ ମୁକାବିଲା କରିଥିବା କେରଳ ଓ ଓଡ଼ିଶାକୁ ବିଶ୍ୱ ଅର୍ଥନୈତିକ ଫୋରମ ପ୍ରଶଂସା କରିଛି ।

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ଅଧିକ ବିଶେଷ ଖବର

Copyright © 2021 · LocalWire