• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ଭିନ୍ନକ୍ଷମ ନାବାଳିକା ବଳାତ୍କାର ମାମଲାରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍‌

ଭିନ୍ନକ୍ଷମ ନାବାଳିକା ବଳାତ୍କାର ମାମଲାରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍‌

March 2, 2020 By LocalWire Leave a Comment

ଢେଙ୍କାନାଳ, ମାର୍ଚ୍ଚ ୨(ଲୋକାଲ ୱାୟାର):୨୦୧୬ ମସିହାରେ ହୋଇଥିବା ଏକ ଭିନ୍ନକ୍ଷମ ନାବାଳିକା ବଳାତ୍କାର ମାମଲାରେ ଅଭିଯୁକ୍ତ ଶିକ୍ଷକଙ୍କୁ ସୋମବାର ଢେଙ୍କାନାଳ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ତଥା ସ୍ୱତନ୍ତ୍ର ପୋକସୋ କୋର୍ଟରେ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଥିବା ଜଣେ ବରିଷ୍ଠ ଆଇନଜୀବୀ ସୂଚନା ଦେଇଛନ୍ତି।

୨୦୧୬ ଅକ୍ଟୋବର ୧୫ରେ ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଅନ୍ତର୍ଗତ କେନ୍ଦୁପଡ଼ା ଗ୍ରାମରେ ଶିକ୍ଷକ ଜର୍ଜ ଗାଗରାଇ ଜଣେ ଦୃଷ୍ଟିହୀନା ନାବାଳିକାକୁ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା ।

ନାବାଳିକା ୯ ମାସର ଗର୍ଭବତୀ ହୋଇଥିବାରୁ ଏହି ମାମଲା ଥାନାରେ ପହଞ୍ଚିଥିଲା ଏବଂ ପୁଲିସ ମାମଲା ରୁଜୁ କରି ଶିକ୍ଷକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ।

ଏହି ମାମଲାରେ ସାକ୍ଷ୍ୟ ପ୍ରମାଣ ଆଧାରରେ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ତଥା ସ୍ୱତନ୍ତ୍ର ପୋକସୋ ଜଜ୍ ରାଜକିଶୋର ମହାପାତ୍ର ଅଭିଯୁକ୍ତ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍ ଏବଂ ୨୦ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଦେଇଛନ୍ତି ।

ଜରିମାନା ଅନାଦାୟରେ ଅଧିକ ୧ ବର୍ଷ ଜେଲ୍ ଦଣ୍ଡ ଭୋଗିବାକୁ ରାୟରେ ନିର୍ଦ୍ଦେଶ ଥିବା କହିଛନ୍ତି ସ୍ୱତନ୍ତ୍ର ପିପି ସୁଲେମାନ ଖାନ୍ ।

ଲୋକାଲ ୱାୟାର

Filed Under: Odia, ଅପରାଧ Tagged With: ଅପରାଧ, ଓଡିଶା, ଢେଙ୍କାନାଳ

Download LocalWire App for Hyperlocal  Odisha News any time anywhere

 

 

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire