ଭୁବନେଶ୍ୱର,ଜାନୁଆରୀ ୩(ଲୋକାଲ ୱାୟାର): ରାଜଧାନୀ ଭୁବନେଶ୍ୱରରେ ଦ୍ୱିତୀୟ ଦିନରେ ଆଜି ପୁଣଇ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏକ ଅଙ୍କ (୮)ରେ ସୀମାବଦ୍ଧ ଥିବା ବେଳେ ଆଉ ୧୮ ଜଣ ସୁସ୍ଥ ହୋଇଥିବା ବିଏମସି କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ କ୍ୱାରେଣ୍ଟାଇନରେ ଅଛନ୍ତି ଏବଂ ୬ ଜଣ ସ୍ଥାନୀୟ ସଂକ୍ରମିତ ।
ଏ ପର୍ଯ୍ୟନ୍ତ ରାଜଧାନୀରେ ମୋଟ ୩୧ ହଜାର ୬୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେମାନଙ୍କ ମଧ୍ୟରୁ ୩୧ ହଜାର ୧୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୨ ଜଣଙ୍କ ମୃତ୍ଯୁ ହୋଇଛି । ଏବେ ୨୦୮ ଜଣ ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି ।
ଲୋକାଲ ୱାୟାର
Leave a Reply