ଭୁବନେଶ୍ୱର, ଜାନୁଆରୀ ୯(ଲୋକାଲ ୱାୟାର): ରାଜଧାନୀ ଭୁବନେଶ୍ୱରରେ ଆଜି ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥଇବା ବେଳେ ଆଉ ୧୬ ଜଣ ସୁସ୍ଥ ହୋଇଥିବା ବିଏମସି କହିଛି ।
ଶନିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୪ ଜଣ କ୍ୱାରେଣ୍ଟାଇନରେ ଅଛନ୍ତି ଏବଂ ୮ ଜଣ ସ୍ଥାନୀୟ ସଂକ୍ରମିତ ।
ଏ ପର୍ଯ୍ୟନ୍ତ ରାଜଧାନୀରେ ମୋଟ ୩୧ ହଜାର ୭୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେମାନଙ୍କ ମଧ୍ୟରୁ ୩୧ ହଜାର ୨୬୭ ଜଣ ସୁସ୍ଥ ହୋଇଛନ୍ତି । ୨୪୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦୧ ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।
ଲୋକାଲ ୱାୟାର
Leave a Reply