ଭୁବନେଶ୍ୱର, ଡିସେମ୍ବର ୨୨(ଲୋକାଲ ୱାୟାର): ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ପୁଣି ୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯ ଜଣ ସୁସ୍ଥ ହୋଇଥିବା ବିଏମସି କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନରେ ଅଛନ୍ତି ଏବଂ ୧୪ ଜଣ ସ୍ଥାନୀୟ ସଂକ୍ରମିତ ।
ଏ ପର୍ଯ୍ୟନ୍ତ ରାଜଧାନୀରେ ମୋଟ ୩୧ ହଜାର ୪୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେମାନଙ୍କ ମଧ୍ୟରୁ ୩୦ ହଜାର ୮୧୪ ଜଣ ସୁସ୍ଥ ହୋଇଛନ୍ତି । ୨୩୩ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୩୬୭ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି ।
ଲୋକାଲ ୱାୟାର
Leave a Reply