ଭୁବନେଶ୍ୱର, ଡିସେମ୍ବର ୩(ଲୋକାଲ ୱାୟାର): ରାଜଧାନୀ ଭୁବନେଶ୍ୱରରେ ଗୁରୁବାର ଆଉ ୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ ସୁସ୍ଥ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ (ବିଏମସି) କହିଛି ।
ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନରେ ଅଛନ୍ତି ଏବଂ ୧୮ ଜଣ ସ୍ଥାନୀୟ ସଂକ୍ରମିତ ।
ଏ ପର୍ଯ୍ୟନ୍ତ ରାଜଧାନୀରେ ମୋଟ ୩୦ ହଜାର ୮୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେମାନଙ୍କ ମଧ୍ୟରୁ ୨୨୧ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୩୦ ହଜାର ୧୯୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜଧାନୀରେ ୩୯୪ ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।
ଲୋକାଲ ୱାୟାର
Leave a Reply