ଭୁବନେଶ୍ୱର, ଡିସେମ୍ବର ୧୯(ଲୋକାଲ ୱାୟାର): ରାଜଧାନୀ ଭୁବନେଶ୍ୱରରେ ଶନିବାର ଆଉ ୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ସୁସ୍ଥ ହୋଇଥିବା ବିଏମସି କହିଛି ।
ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୧ ଜଣ କ୍ୱାରେଣ୍ଟାଇନରେ ଅଛନ୍ତି ଏବଂ ୨୭ ଜଣ ସ୍ଥାନୀୟ ଆକ୍ରାନ୍ତ ।
ଏ ପର୍ଯ୍ୟନ୍ତ ରାଜଧାନୀରେ ମୋଟ ୩୧ ହଜାର ୩୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେମାନଙ୍କ ମଧ୍ୟରୁ ୩୦ ହଜାର ୭୧୮ ଜଣ ସୁସ୍ଥ ହୋଇଛନ୍ତି । ୨୩୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୭୦ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି ।
ଲୋକାଲ ୱାୟାର
Leave a Reply