ଭୁବନେଶ୍ୱର, ଡିସେମ୍ବର ୨୩(ଲୋକାଲ ୱାୟାର): ରାଜଧାନୀ ଭୁବନେଶ୍ୱରରେ ବୁଧବାର ଆଉ ୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୬ ଜଣ ସୁସ୍ଥ ହୋଇଥିବା ବିଏମସି କହିଛି ।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୬ ଜଣ କ୍ୱାରେଣ୍ଟାଇନରେ ଅଛନ୍ତି ଏବଂ ୩୩ ଜଣ ସ୍ଥାନୀୟ ସଂକ୍ରମିତ ।
ଏ ପର୍ଯ୍ୟନ୍ତ ରାଜଧାନୀରେ ମୋଟ ୩୧ ହଜାର ୪୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେମାନଙ୍କ ମଧ୍ୟରୁ ୩୦ ହଜାର ୮୫୦ ଜଣ ସୁସ୍ଥ ହୋଇଛନ୍ତି । ୨୩୪ ଜଣଙ୍କ ମୃତୁ୍ୟ ହୋଇଥିବା ବେଳେ ୩୬୯ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି ।
ଲୋକାଲ ୱାୟାର
Leave a Reply