ଭୁବନେଶ୍ୱର, ଡିସେମ୍ବର ୧୩(ଲୋକାଲ ୱାୟାର): ରାଜଧାନୀ ଭୁବନେଶ୍ୱରରେ ରବିବାର ପୁଣି ୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬ ଜଣ ସୁସ୍ଥ ହୋଇଥିବା ବିଏମସି କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୭ ଜଣ କ୍ୱାରେଣ୍ଟାଇନରେ ଅଛନ୍ତି ଏବଂ ୩୪ ଜଣ ସ୍ଥାନୀୟ ଆକ୍ରାନ୍ତ ।
ଏ ପର୍ଯ୍ୟନ୍ତ ଭୁବନେଶ୍ୱରରେ ମୋଟ ୩୧ ହଜାର ୧୪୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।
୨୨୯ ଜଣଙ୍କ ମୃତ୍ଯୁ ହୋଇଥିବା ବେଳେ ୩୦ ହଜାର ୫୪୯ ଜଣ ସୁସ୍ଥ ହୋଇଛନ୍ତି । ୩୪୬ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି ।
ଲୋକାଲ ୱାୟାର
Leave a Reply