ଭୁବନେଶ୍ୱର, ଡିସେମ୍ବର ୨୦(ଲୋକାଲ ୱାୟାର): ଭୁବନେଶ୍ୱରରେ ରବିବାର ପୁଣି ୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୩୧ ଜଣ ସୁସ୍ଥ ହୋଇଥିବା ବିଏମସି କହିଛି ।
ନୂଆ ଆକ୍ରାନ୍ତମାନଙ୍କ ମଧ୍ୟରେ ୭ ଜଣ କ୍ୱାରେଣ୍ଟାଇନରେ ଅଛନ୍ତି ଏବଂ ୨୩ ଜଣ ସ୍ଥାନୀୟ ସଂକ୍ରମିତ ।
ଏ ପର୍ଯ୍ୟନ୍ତ ରାଜଧାନୀରେ ମୋଟ ୩୧ ହଜାର ୩୭୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ୩୦ ହଜାର ୭୪୯ ଜଣ ସେଥିରୁ ସୁସ୍ଥ ହୋଇଛନ୍ତି ।
୨୩୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୬୮ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି ।
ଲୋକାଲ ୱାୟାର
Leave a Reply