ଭୁବନେଶ୍ୱର, ଡିସେମ୍ବର ୨(ଲୋକାଲ ୱାୟାର): ରାଜଧାନୀ ଭୁବନେଶ୍ୱରରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଶହରୁ ତଳକୁ ହ୍ରାସ ପାଇ ବୁଧବାର ୩୯୭ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ (ବିଏମସି) କହିଛି ।
ବୁଧବାର ରାଜଧାନୀରେ ୨୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ ସୁସ୍ଥ ହୋଇଛନ୍ତି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନରେ ଅଛନ୍ତି ଏବଂ ୧୪ ଜଣ ସ୍ଥାନୀୟ ସଂକ୍ରମିତ
ଏ ପର୍ଯ୍ୟନ୍ତ ଭୁବନେଶ୍ୱରରେ ମୋଟ ୩୦ ହଜାର ୮୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୨୦ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୩୦ ହଜାର ୧୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ଲୋକାଲ ୱାୟାର
Leave a Reply