ଭୁବନେଶ୍ୱର, ସେପ୍ଟେମ୍ବର ୧୧(ଲୋକାଲ ୱାୟାର): ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କରୋନାରେ ଆନ୍ତ୍ରାନ୍ତ ହୋଇଥିବା ସେ ଶୁକ୍ରବାର ଟ୍ୱିଟ୍ କରି କହିଛନ୍ତି ।
ସେ ଏବେ ଘରେ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ଆଇସୋଲେସନରେ ରହିବା ସହ ନିଜର କରୋନା ଟେଷ୍ଟ କରାଇ ନେବାକୁ ସେ ଅନୁରୋଧ କରିଛନ୍ତି ।
ଉଲ୍ଲେଖଯୋଗ୍ୟ, ଏହା ପୂର୍ବରୁ ସଂସ୍କୃତି ମନ୍ତ୍ରୀ ଜ୍ୟୋତିରଞ୍ଜନ ପାଣିଗ୍ରାହୀ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଏବଂ ବୟନ ମନ୍ତ୍ରୀ ପଦ୍ମିନୀ ଦିଆନ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତିି ।
ଅନ୍ୟାନ୍ୟ ନେତାଙ୍କ ମଧ୍ୟେରେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଲକ୍ଷ୍ମୀପୁର ବିଧାାୟକ ପ୍ରଭୁ ଜାନୀ, ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ, ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଭୁବନେଶ୍ୱର-ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ୱର-ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, ପଟ୍ଟାଙ୍ଗୀ ବିଧାୟକ ପ୍ରୀତମ ପାଢ଼ୀ, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ବରୀ ବିଧାୟକ ସୁନନ୍ଦା ଦାସ, ନୀଳଗିରି ବିଧାୟକ ସୁକାନ୍ତ ନାୟକ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ସୁରେଶ ପୂଜାରୀ, ସାଂସଦ ମଂଜୁଲତା ମଣ୍ଡଳ ଏବଂ ସାଂସଦ ରମେଶ ମାଝୀ ମଧ୍ୟ ଆକ୍ର୍ରାନ୍ତ ହୋଇଛନ୍ତି ।
ଲୋକାଲ ୱାୟାର
Leave a Reply