ଭୁବନେଶ୍ୱର, ଜାନୁଆରୀ ୧୨(ଲୋକାଲ ୱାୟାର): ଛାତ୍ରସମାଜର ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେରଖି ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପରୀକ୍ଷା ଫି’ ଛାଡ଼ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।
ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଦ୍ୱାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେହେବ ।
ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ଖର୍ଚ୍ଚ ବହନ କରିବେ ।
ସୂଚନାଯୋଗ୍ୟ, ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍ ଦେବାକୁ ପଡ଼ିଥାଏ ।
କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ଅତ୍ୟଧିକ ପ୍ରଭାବିତ ହୋଇଛି ।
ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି ।
ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି ।
କରୋନା ଯୋଗୁ ବହୁ ଲୋକଙ୍କର ଜୀବନ ଜୀବିକା ମଧ୍ୟ ପ୍ରଭାବିତ ହୋଇଛି ।
ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାକୁ ବଞ୍ଚିତ ହେବେନାହିଁ ।
ଲୋକାଲ ୱାୟାର
Leave a Reply