• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ମିଶନ ଶକ୍ତି ମେଳାରେ ବେପାର ୬ କୋଟି ଟଙ୍କାରୁ ଊର୍ଦ୍ଧ୍ବ

ମିଶନ ଶକ୍ତି ମେଳାରେ ବେପାର ୬ କୋଟି ଟଙ୍କାରୁ ଊର୍ଦ୍ଧ୍ବ

December 17, 2019 By LocalWire Leave a Comment

ଭୁବନେଶ୍ୱର, ଡିସେମ୍ବର ୧୭(ଲୋକାଲ ୱାୟାର): ଭୁବନେଶ୍ୱରର ୟୁନିଟ୍-୩ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ଚଳିତ ବର୍ଷ ପ୍ରଥମ ଥର ମିଶନ ଶକ୍ତି ମେଳା ଆୟୋଜିତ ହୋଇଥିଲା ।

୫ ଡିସେମ୍ବରରୁ ଆରମ୍ଭ ହୋଇ ୧୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା । ଏହି ୧୨ ଦିନ ବ୍ୟାପୀ ମେଳାରେ ଏସଏଚଜିଙ୍କ ଦ୍ୱାରା ପ୍ରସ୍ତୁତ ୬.୦୫୫ କୋଟି ଟଙ୍କା ମୂଲ୍ୟର ସାମଗ୍ରୀ ବିକ୍ରୟ ହୋଇଛି ।

ପ୍ରତିଦିନ ପୂର୍ବାହ୍ନ ୧୧ ଟାରୁ ରାତି ୯ ଟା ପର୍ଯ୍ୟନ୍ତ ମେଳା ସର୍ବସାଧାରଣଙ୍କ ଌାଇଁ ଖୋଲା ରହିଥିଲା ।

ଏଥିରେ ୨୦୨ ଷ୍ଟଲରେ ୩୦୦ ରୁ ଅଧିକ ଦ୍ରବ୍ୟ ପ୍ରଦର୍ଶିତ ହୋଇଥିଲା । ଯେଉଁଥିରେ ବିଭିନ୍ନ ପ୍ରକାର ହସ୍ତତନ୍ତ, ହସ୍ତଶିଳ୍ପ, ଜଙ୍ଗଲଜାତ ଦ୍ରବ୍ୟ, ଖାଦ୍ୟ ଜାତୀୟ ଦ୍ରବ୍ୟ, ମସଲା ଏବଂ ଅଣକୃଷି ଜାତୀୟ ଦ୍ରବ୍ୟ ପ୍ରଦର୍ଶନ ଏବଂ ବିକ୍ରି କରାଯାଇଥିଲା ।

ଏହାବ୍ୟତୀତ ୧୨ଟି ଷ୍ଟଲରେ ମହିଳା ଉଦ୍ୟୋଗୀଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟ ସାମଗ୍ରୀ ବିକ୍ରି କରାଯାଇଥିଲା ।

ରାଜ୍ୟର ୩୦ ଟି ଜିଲ୍ଲାରୁ ୨୫୧ ଟି ଏସଏଚଜି ଗ୍ରୁପ୍ ଓ ଉତ୍ପାଦକ ଗୋଷ୍ଠୀରୁ ୫୦୦ ଜଣ ରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀ ସେମାନଙ୍କ ଦ୍ରବ୍ୟ ସହିତ ଅଂଶଗ୍ରହଣ କରିଥିଲେ ।

ମେଳାର ଉଦଯାପନୀ ସନ୍ଧ୍ୟାରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଟୁକୁନି ସାହୁ, ବିଭାଗୀୟ ଉପଦେଷ୍ଟା ଡ. ଲୋପାମୁଦ୍ରା ବକ୍ସିପାତ୍ର, ମିଶନ ଶକ୍ତି ନିର୍ଦ୍ଦେଶାଳୟ କମିଶନର ତଥା ନିର୍ଦ୍ଦେଶକ ସୁଜାତା ଆର୍. କାର୍ତ୍ତିକେୟନ, ଏନଆରଏଲଏମ୍ ନିର୍ଦ୍ଦେଶକ ସ୍ମୃତିରଞ୍ଜନ ପ୍ରଧାନ, ଓରମାସ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ ।

ଏହି ଅବସରରେ ନିଖୁଣ କଳାକୃତି ଓ ମହିଳା ସଶକ୍ତିକରଣ ନିଚ୍ଛକ ଉଦାହରଣ ସ୍ୱରୂପ ବିଭିନ୍ନ ଏସଏଚଜିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ଲୋକାଲ ୱାୟାର

Filed Under: Odia, ବ୍ୟବସାୟ Tagged With: ଓଡିଶା, ବ୍ୟବସାୟ, ଭୁବନେଶ୍ୱର

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକାଲ ୱାୟାର ନୂଆ ଡିଜାଇନ

ଲୋକପ୍ରିୟ

କୋଭିଡ-୧୯ ମହାମାରୀ ବିରୋଧରେ ଓଡିଶାର ଲଢେଇ: ଏକ ବିହଙ୍ଗାବଲୋକନ

କୋଭିଡ-୧୯ ନିୟନ୍ତ୍ରଣ ଓ ମୁକାବିଲାରେ ଦେଶର ଶୀର୍ଷ ଦୁଇଟି ରାଜ୍ୟ ମଧ୍ୟରେ ଥିବାରୁ କେନ୍ଦ୍ର ସରକାର ଓଡ଼ିଶାକୁ ପ୍ରଶଂସା କରିଛନ୍ତି ।

କୋଭିଡ-୧୯ ସଙ୍କଟକୁ ସଫଳ ଭାବେ ମୁକାବିଲା କରିଥିବା କେରଳ ଓ ଓଡ଼ିଶାକୁ ବିଶ୍ୱ ଅର୍ଥନୈତିକ ଫୋରମ ପ୍ରଶଂସା କରିଛି ।

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ଅଧିକ ବିଶେଷ ଖବର

Copyright © 2021 · LocalWire